fbpx

ଅନୁଭବଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି: NBW ଉପରେ ରୋକ୍ ଲଗାଇଲେ ହାଇକୋର୍ଟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତିଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି । ଜାମିନ ବିହୀନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ଉପରେ ହାଇକୋର୍ଟ ରୋକ ଲଗାଇଛନ୍ତି । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଅଭିଯୋଗ କ୍ରମେ କଟକ ଜେଏମଏଫସି କୋର୍ଟ ଅନୁଭବଙ୍କ ବିରୋଧରେ ଏନବିଡବ୍ଲ୍ୟୁ ଜାରି କରିଥିଲେ । ଚାର୍ଜଫ୍ରେମ୍ ପାଇଁ ହାଜର ନହୋଇ ଅଭିନେତା ବାରମ୍ବାର ସମୟ ମାଗି ଚାଲିଥିଲେ । ତେଣୁ ଶେଷରେ କୋର୍ଟ ଏନବିଡବ୍ଲ୍ୟୁ ଜାରି କରିଥିଲେ । ଆସନ୍ତା ୨୩ ତାରିଖ ସୁଦ୍ଧା ୱାରେଣ୍ଟ ଜାରି କରି କରିାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ, ଗତ ୮ ତାରିଖ ଦିନ ଅଭିନେତା ଅନୁଭବଙ୍କ ନାମରେ ଚାର୍ଜଫ୍ରେମ୍ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଜେଏମଏଫସି ସ୍ୱତନ୍ତ୍ର କୋର୍ଟରେ ଅନୁଭବଙ୍କ ଡିସଚାର୍ଜ ପିଟିସନ ଖାରଜ ହୋଇଯାଇଥିଲା । ଘରୋଇ ହିଂସାକୁ ନେଇ ଅଭିନେତ୍ରୀ ବର୍ଷାଙ୍କ ତରଫରୁ ପୁରୀଘାଟ ଥାନାରେ ଏହି ମାମଲା ଦାୟର କରାଯାଇଥିଲା । ତେବେ ବ୍ୟକ୍ତିଗତ କାରଣ ଦର୍ଶାଇ ଅନୁଭବ ସମୟ ମାଗିଥିବା ବେଳେ ଉକ୍ତ ଆବେଦନକୁ ଗ୍ରହଣ କରି କୋର୍ଟ ଅନୁଭବଙ୍କୁ ସମୟ ଦେଇଥିଲେ । ବାରମ୍ବାର ସମୟ ମାଗିବା ସହ ହାଜର ନ ହେବାରରେ ଶେଷରେ କୋର୍ଟ ଅନୁଭବଙ୍କ ବିରୋଧରେ ଏନବିଡବ୍ଲ୍ୟୁ ଜାରି କରିଥିଲେ । ଏହାକୁ ଅନୁଭବ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିବା ବେଳେ ସେନେଇ ତାଙ୍କୁ ଆଶ୍ୱସ୍ତି ମିଳିଛି ।

Get real time updates directly on you device, subscribe now.