fbpx

ଓଡ଼ିଶା ପ୍ରବେଶ କରିବା ପୂର୍ବରୁ କରୋନା ଟେଷ୍ଟ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ, ୭ା୫(ଓଡ଼ିଶା ଭାସ୍କର): ରାଜ୍ୟ ବାହାରେ ଲକ୍ ଡାଉନ ପାଇଁ ବହୁ ପ୍ରବାସୀ ଓଡ଼ିଆ ଫସି ରହିଛନ୍ତି । ଏନେଇ ଓଡ଼ିଶାକୁ ଆସିବାକୁ ସରକାର ବହୁ ପଦକ୍ଷେପ ନେଇଛନ୍ତି । କିନ୍ତୁ ଓଡ଼ିଶାକୁ ପ୍ରବେଶ କରିବା ପୂର୍ବରୁ କରୋନା ଟେଷ୍ଟ କରିବାକୁ ଆଜି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ପ୍ରଥମେ ନମୁନା ପରୀକ୍ଷା କରାଯିବ ଯଦି ରିପୋର୍ଟ ନେଗେଟିଭ୍ ଆସିବ ତେବେ ରାଜ୍ୟକୁ ପ୍ରବେଶ କରିବାକୁ ଅନୁମତି ମିଳିବ । ବାହାର ରାଜ୍ୟରୁ ଫେରିବା ଘଟଣାରେ ଦାୟର ହୋଇଥିବା ଜନସ୍ୱାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏହି ପରି ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ପ୍ରବାସୀ ଓଡ଼ିଆଙ୍କୁ ରଖିବା ପାଇଁ ୫ଲକ୍ଷ ବେଡ଼ର ବ୍ୟବସ୍ଥା କରାଯାଇଛି ।
ଅନ୍ୟପଟେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୨୦୬ଜଣ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬୨ଜଣ ସୁସ୍ଥ ହୋଇଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି । ଓଡ଼ିଶାରେ ୧୪୨ଜଣ ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Get real time updates directly on you device, subscribe now.