fbpx

ଯୌନ ନିର୍ଯାତନା ରୋକିବାକୁ ଆକ୍ସନ ମୋଡରେ ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର: ଯୌନ ନିର୍ଯାତନା ରୋକିବାକୁ ଆକ୍ସନ ମୋଡରେ ଉଚ୍ଚଶିକ୍ଷା ବିଭାଗ । ଉଚ୍ଚ ଶିକ୍ଷାନୁଷ୍ଠାନରେ ଗଠନ ହେବ ଆଭ୍ୟନ୍ତରୀଣ ଅଭିଯୋଗ କମିଟି । ତେବେ କମିଟି ଅଛି କି ନାହିଁ, ବିସ୍ତୃତ ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହ ୭ ଦିନ ଭିତରେ ଆଇସିସି ଗଠନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ସବୁ ନିର୍ଦ୍ଦେଶ ୧୬ଟି ବିଶ୍ୱବିଦ୍ୟାଳୟ, ୮୨୨ ମହାବିଦ୍ୟାଳୟକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସମସ୍ତ ଶିକ୍ଷାନୁଷ୍ଠାନ ଅଧ୍ୟକ୍ଷଙ୍କୁ ଚିଠି କରାଯାଇଛି । ଶିକ୍ଷାନୁଷ୍ଠାନରେ ସୁରକ୍ଷିତ ପରିବେଶ ସୃଷ୍ଟି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ୩୦ ସୁଦ୍ଧା ବିଭାଗ ନିକଟରେ ରିପୋର୍ଟ ଦାଖଲ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି ।

ବାଣୀବିହାର ଛାତ୍ରୀଙ୍କୁ ଯୌନ ନିର୍ଯାତନା ପରେ ଆକ୍ସନ ମୋଡରେ ଉଚ୍ଚଶିକ୍ଷା ବିଭାଗ। ଉଚ୍ଚ ଶିକ୍ଷାନୁଷ୍ଠାନକୁ ଯୌନ ନିର୍ଯାତନା ମୁକ୍ତ କରିବାକୁ ସରକାରଙ୍କ ପ୍ରୟାସ। ସବୁ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ରହିବ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି। ରାଜ୍ୟର ସବୁ ସରକାରୀ ଓ ବେସରକାରୀ ବିଶ୍ଵବିଦ୍ୟାଳୟ ଏବଂ ଡିଗ୍ରୀ କଲେଜରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନ କରିବାକୁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ। ବିଶ୍ଵବିଦ୍ୟାଳୟ ର କୁଳସଚିବ ଓ କଲେଜ ଅଧ୍ୟକ୍ଷ ମାନେ ୩୦ ତାରିଖ ସୁଦ୍ଧା ବିଭାଗ କୁ ଆଇସିସି (Interal Complain Committee)ନେଇ ଜଣାଇବେ।

Get real time updates directly on you device, subscribe now.