fbpx

ଓଡିଶାରେ ରେକର୍ଡ ଭାଙ୍ଗିଲା ମୃତ୍ୟୁ ସଂଖ୍ୟା: କରୋନା ନେଲା ୩୨ ଜୀବନ, ଜାଣନ୍ତୁ କେଉଁଠୁ?

ଭୁବନେଶ୍ୱର(ଓଡିଶା ଭାସ୍କର): ଓଡିଶାରେ କରୋନା ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୨ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ । ଦ୍ୱିତୀୟ ଲହରର ଏହା ସର୍ବକାଳୀନ ରେକର୍ଡ । ଏହି କ୍ରମରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୫୧୬କୁ ବୃଦ୍ଧି ପାଇଛି ।

ତେବେ ଗତ ୨୪ ଦିନରେ କରୋନାରେ ୪୭୩ ଜଣଙ୍କର ମୃତ୍ୟୁ ହୋଇଛି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ଲେଖାଏଁ, ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ, ନବରଙ୍ଗପୁର , ପୁରୀ, ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ, ଗଜପତି, ଗଞ୍ଜାମ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଅନ୍ୟପଟେ ରାଜ୍ୟରେ ୧୧ ହଜାର ୦୫୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬ ହଜାର ୧୯୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪ ହଜାର ୮୬୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୦୩,୪୪୧କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ୧,୧୧,୨୬୨୨ ଥିବା ବେଳେ ୫,୮୯,୬୧୦ ଜଣ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.