fbpx

ଓଡିଶାରେ ଆଜିବି ରେକର୍ଡ ଛୁଇଁଲା ମୃତ୍ୟୁସଂଖ୍ୟା: ସର୍ବାଧିକ ୪୨ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ?

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ସହ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ରାଜ୍ୟରେ ଗତ ୨୪ ଗଣ୍ଟା ମଧ୍ୟରେ ରେକର୍ଡ ୪୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ପ୍ରଥମଥର ପାଇଁ ଗୋଟିଏ ଦିନରେ ୪୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୮୭୩କୁ ବୃଦ୍ଧି ପାଇଛି ।

ତେବେ ସୁନ୍ଦରଗଡରୁ ଆଜି ସର୍ବାଧିକ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କଟକ ଓ କଳାହାଣ୍ଡିରୁ ୪ ଜଣ ଲେଖାଏଁ, ବୌଦ୍ଧ, ଝାରସୁଗୁଡା ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, ବଲାଙ୍ଗିର, ଦେବଗଡ, ଗଜପତି, କେନ୍ଦ୍ରାପଡା, ନବରଙ୍ଗପୁର ଓ ରାୟଗଡାରୁ ୨ ଜଣ ଲେଖାଏଁ, ବରଗଡ, ଭଦ୍ରକ, ଗଞ୍ଜାମ, ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଅନ୍ୟପଟେ ଆଜି ରାଜ୍ୟରେ ୮ ହଜାର ୮୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୯୪୮ ଓ ସ୍ଥାନୀୟ ଅଞ୍ଚଳରୁ ୩୮୯୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଳକ୍ଷ ୯୦ ହଜାର ୯୭୦କୁ ବୃଦ୍ଧି ପାଇଛି ।

Get real time updates directly on you device, subscribe now.