fbpx

ଖୁସି ଖବର: ଗୋଟିଏ ଦିନରେ ସର୍ବାଧିକ ୫୬୫ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

Advertisement

ଭୁବନେଶ୍ୱର,୧୦ ।୭(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ବଢି ଚାଲିଥିବା ବେଳେ ଆସିଛି ଏକ ଖୁସି ଖବର । ଆଜି ରାଜ୍ୟରେ ସର୍ବାଧିକ ଗୋଟିଏ ଦିନରେ ୫୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ୭,୯୭୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ସାରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରେ ସବାଧିକ ୧୮୫ ଓ ରାୟଗଡାରେ ୮୫ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ବଲାଙ୍ଗିରୁ ୪୫, କଟକରୁ ୩୨, ମାଲକାନଗିରିରୁ ୩୦, ବରଗଡରୁ ୨୪, ସୁନ୍ଦରଗଡରୁ ୨୪, ଅନୁଗୁଳରୁ ୨୩, ବାଲେଶ୍ୱରରୁ ୧୭, ଜଗତସିଂହପୁରରୁ ୧୭, ଖୋର୍ଦ୍ଧାରୁ ୧୫, ଯାଜପୁରରୁ ୧୩, କେନ୍ଦ୍ରପଡାରୁ ୧୦, ଗଜପତି, ଝାରସୁଗୁଡା ଓ ନବରଙ୍ଗପୁରରୁ ୮ ଜଣ ଲେଖାଏଁ, ମୟୂରଭଞ୍ଜରୁ ୭, ଭଦ୍ରକରୁ ୪, ପୁରୀରୁ ୩, ଡେଙ୍କାନାଳ, କେନ୍ଦୁଝରରୁ ୨ ଜଣ ଲେଖାଏଁ, ବୌଦ୍ଧ, କନ୍ଧମାଳ ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Get real time updates directly on you device, subscribe now.