fbpx

ବିଜେଡିରୁ ଇସ୍ତଫା ଦେଲେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଏପ୍ରିଲ ୧୯ରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଥିବା ବେଳେ ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ ଏହି ଅବସରରେ ନେତାଙ୍କର ଦଳ ବଦଳ ପ୍ରକ୍ରିୟା ଦେଖିବାକୁ ମିଳିଛି । ଏହା ମଧ୍ୟରେ ରାଜନେତିକ କ୍ଷେତ୍ରରୁ ଆସିଛି ଏକ ବଡ଼ ଖବର ।

ସୂଚନା ମୁତାବକ, ବିଜେଡିରୁ ଇସ୍ତଫା ଦେଇଛନ୍ତି ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ । ଏନେଇ ବିଧାୟିକା ସୋସିଆଲ ମିଡ଼ିଆରେ ସୂଚନା ଦେଇଛନ୍ତି । ବ୍ୟକ୍ତିଗତ କାରଣ ପାଇଁ ସୀମା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସୀମାରାଣୀ ତାଙ୍କର ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି । ହିନ୍ଦୋଳବାସୀଙ୍କ ସେବା କରିବା ପାଇଁ ଦଳ ତାଙ୍କୁ ସୁଯୋଗ ଦେଇଥିବାରୁ ସେଥିପାଇଁ ସେ କୃତଜ୍ଞତା ଜଣାଇଛନ୍ତି ।

Get real time updates directly on you device, subscribe now.