fbpx

୨୬ରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି

ଭୁବନେଶ୍ୱର: ଆସନ୍ତା ୨୬ ତାରିଖରେ ଏକ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୬ତାରିଖରେ ଓଡ଼ିଶା ହାଇକୋର୍ଟର ୭୫ବର୍ଷ ପୂର୍ତ୍ତି ଉତ୍ସବର ଉଦ୍‌ଯାପନୀ
ସମାରୋହରେ ଶ୍ରୀମତୀ ମୁର୍ମୁ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏଥିସହିତ ନେତାଜୀ ମ୍ୟୁଜିୟମ ପରିଦର୍ଶନ କରିବାର ମଧ୍ୟ ସ୍ଥିର ହୋଇଛି । ସେହିଭଳି ୨୭ତାରିଖରେ ଶ୍ରୀମତୀ ମୁର୍ମୁ ଭଦ୍ରକ ସ୍ୱୟଂଶାସିତ
ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଯୋଗ ଦେବେ ।

ରାଷ୍ଟ୍ରପତିଙ୍କ ଏହି ଦୁଇଦିନିଆ ଗସ୍ତ ପାଇଁ କଟକ ଓ ଭଦ୍ରକରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଏନେଇ ଉଭୟ ପ୍ରଶାସନ ପକ୍ଷରୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଥିବା ସୂଚନା ମିଳିଛି । ସୂଚନାଯୋଗ୍ୟ ଯେ ଗତ ମେ ୪ତାରିଖରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ୩ଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ । ୪ତାରିଖରେ ସେ ଜନ୍ମମାଟି ରାଇରଙ୍ଗପୁର ଗସ୍ତରେ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ସେହିପରି ୫ତାରିଖରେ ସେ ଶିମିଳିପାଳ ଅଭୟାରଣ୍ୟ ବୁଲିବାକୁ ଯାଇଥିଲେ । ୬ ତାରିଖରେ ଶ୍ରୀମତୀ ମୁର୍ମୁ ବାରିପଦା ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ଦିଲ୍ଲୀ ଫେରିଯାଇଥିଲେ ।

Get real time updates directly on you device, subscribe now.