fbpx
BJD SKY
BJD SKY

ରଙ୍ଗର ପର୍ବ ହୋଲିରେ ରାଜ୍ୟରେ ବର୍ଷ ସମ୍ଭାବନା

BJD

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ହୋଲିରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏବେ ରାଜ୍ୟରେ ପଶ୍ଚିମା-ଝଡ ସକ୍ରିୟ ରହିଛି, ଏହାର ପ୍ରଭାବରେ ହୋଲିରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି। ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା କାଲି ଠାରୁ ରାଜ୍ୟର ଅଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏନେଇ ସୂଚନା ମିଳିଛି। ଆସନ୍ତା ୭, ୮ ଏବଂ ୯ ତାରିଖ ପର୍ଯ୍ୟନ୍ତ ଆକାଶ ମେଘାଚ୍ଛନ୍ନ ରହିବା ସହ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା କାଲି ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ,ନୂଆପଡା, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହଳୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଗତ କିଛିଦିନ ହେବ ରାଜ୍ୟର ଅନେକ ଅଞ୍ଚଳରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ଥିବା ରେକର୍ଡ଼ କରାଯାଇଛି। ଗତକାଲି ୫ଟି ସହରରେ ଦିନ ତାପମାତ୍ରା ୩୮ ଡିଗ୍ରୀ ସେଲ୍‍ସିୟସ୍‍ ଉପରେ ରହିଥିଲା।

Get real time updates directly on you device, subscribe now.