ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ, ଅନେକ ପ୍ରକଳ୍ପର କରିବେ ଶିଳାନ୍ୟାସ
୧୦ ତାରିଖ ଦିନ ଭୁବନେଶ୍ୱରରେ ପହଞ୍ଚିବେ ଗୃହମନ୍ତ୍ରୀ।
ଭୁବନେଶ୍ୱର: ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। ୧୦ ତାରିଖ ଦିନ ଭୁବନେଶ୍ୱରରେ ପହଞ୍ଚିବେ ଶାହ। ୨ ଦିନ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।
୧୦ ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଶାହ। ୧୦ ତାରିଖରେ ଭୁବନେଶ୍ୱରରେ ପହଞ୍ଚିବା ପରେ ଜଟଣା ଯିବେ। ଆଉ ଜଟଣୀରେ ଫରେନସିକ୍ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ।
ପରେ ୧୦ ତାରିଖ ସଂଧ୍ୟାରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ଆଉ ୧୧ ତାରିଖ ଦିନ ସମ୍ୱଲପୁର ଗସ୍ତରେ ଯିବେ। ସମ୍ୱଲପୁରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ। ତାପରେ ଭୁବନେଶ୍ୱର ଜନତା ମଇଦାନରେ ଶିଳାନ୍ୟାସ କରିବା ସହ ଅଭିଭାଷଣ ଦେବେ। ପରେ ଦିଲ୍ଲୀ ଫେରିଯିବେ।