fbpx

କିପରି କଟିବ ଆଜି ଆପଣଙ୍କ ଦିନ ,ଜାଣନ୍ତୁ ରାଶିଫଳ (ଗୁରୁବାର,୧୫/ଅକ୍ଟୋବର /୨୦୨୦)

ମେଷ – ଆଜି ନିଜ ଲୋକଙ୍କ ସହିତ ଆପଣଙ୍କର ସମ୍ପର୍କ ଭଲ ରହିବ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି ।

ବୃଷ – ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କ ପରାମର୍ଶ ଆପଣଙ୍କୁ ଠିକ୍ ଲାଗି ନ ପାରେ । ଏହାର ପ୍ରଭାବ ଆପଣଙ୍କ ଉପରେ ପଡ଼ିଲେ ମଧ୍ୟ ଆପଣ ଏହି ବିଷୟରେ କିଛି କରିପାରିବେ ନାହିଁ ।

ମିଥୁନ – ଆପଣଙ୍କ ମଧ୍ୟରୁ ଯେଉଁମାନେ ପରିବାର ଠାରୁ ଦୂରରେ ଅଛନ୍ତି ସେମାନେ ନିଜ ପରିବାର ସହିତ ଭଲ ସମୟ କଟାଇପାରିବେ । ଆପଣ ଏହି ସମୟର ଉପଯୋଗ ପୁରୁଣା ସ୍ମୃତିକୁ ମନେ ପକାଇବାରେ ବ୍ୟବହାର କରିପାରିବେ

କର୍କଟ – ଆଜିର ଦିନଟି ବନ୍ଧୁମାନଙ୍କ ସହିତ ମଜା କଟାଇବାର ଦିନ ଅଟେ ଆପଣ ନିଜର ସବୁ ଅସୁବିଧା ଭୁଲି ଖୁସିରେ ଦିନଟି କଟାନ୍ତୁ । ଆଜି ଆପଣଙ୍କ ନିଜର ସବୁ ବିଚାରକୁ ଖୋଲି କରି ପ୍ରକାସ କରିପାରନ୍ତି ।

ସିଂହ – ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି ।

କନ୍ୟା – ଆଜି ଆପଣ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚିନ୍ତି ନେବେ ।ଆଜିର ନିଷ୍ପତ୍ତି ଆପଣଙ୍କର ଭବିଷ୍ୟତ ଉପରେ ପଡ଼ିବ ।

ତୁଳା – ଆଜି ଆପଣ କୌଣସି କଥାର ସତ୍ୟତା ପରିକ୍ଷା ପାଇଁ ତାହାକୁ ଯାଞ୍ଚ ନିଶ୍ଚୟ କରନ୍ତୁ । ଏମିତି କୌଣସି କଥାକୁ ଶୁଣି ନିଷ୍ପତ୍ତି ନିଅନ୍ତୁ ନାହିଁ ।

ବିଛା – ଆଜି ବୋଧେ ଆପଣ କୌଣସି ନୁଆ ସମ୍ପର୍କ ସ୍ଥାପନ କରିପାରନ୍ତି । ଆପଣଙ୍କର ଏହି ନୁଆ ବନ୍ଧୁ ଆପଣଙ୍କର ଖରାପ ସମୟରେ ମଧ୍ୟ ଆପଣଙ୍କ ସାଙ୍ଗରେ ରହିବ ।

ଧନୁ – ଆଜି ଆପଣ ନିଜକୁ କୌଣସି ପରିବାରର କାର୍ଯ୍ୟରେ ବ୍ୟସ୍ତ ରଖିବେ ।ଏହି କାର୍ଯ୍ୟର ଆୟୋଜନ କରିବାରେ ଆପଣଙ୍କୁ ଆନନ୍ଦ ମିଳିବ ।

ମକର – ଆଜି ଆପଣଙ୍କ ଖୁସିର ଠିକଣା ରହିବ ନାହିଁ । ଆଜି ଆପଣଙ୍କ ପରିବାର ଲୋକ କିମ୍ବା ବନ୍ଧୁ ମାନଙ୍କ ସହିତ କୌଣସି ଉତ୍ସବରେ ଯୋଗ ଦେବେ କିମ୍ବା ବାହାରକୁ ବୁଲିବାକୁ ଯିବେ ।

କୁମ୍ଭ – ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି ।

ମୀନ – ଆପଣଙ୍କୁ ନିଜ ପରିବାରର କୌଣସି ସଦସ୍ୟ କିମ୍ବା ବନ୍ଧୁ ନିରାଶ କରିପାରେ ଏବଂ ଆପଣଙ୍କ ଆଗରେ କୌଣସି ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ ।

Get real time updates directly on you device, subscribe now.