fbpx

ରାଶିଫଳ (ଶୁକ୍ରବାର, ୧୬ ଜୁଲାଇ ୨୦୨୧)

ମେଷ: ଆଜି ଅସୁଖି ଅନୁଭବ କରି ପାରନ୍ତି । ସାମାନ୍ୟ ଦୁଶ୍ଚିନ୍ତା ମଧ୍ୟରେ ସମୟ କାଟିପାରନ୍ତି । କିନ୍ତୁ ଖରାପ ସମୟ ଆପେ ଆପେ ଦୂରେଇ ଯିବ । ସାମୟିକ ଭାବରେ ନିରାପତ୍ତାର ଅଭାବ ଅନୁଭବ କରି ପାରନ୍ତି ।

ବୃଷ: ଘରେ ଖୁସିର ପରିବେଶ ରହିବ । ଆପଣ ଏବଂ ଘରଲୋକ ମଉଜ ମଜଲିସରେ କରିବେ । ବିଦେଶରୁ ମଧ୍ୟ ଆପଣଙ୍କ ଆତ୍ମୀୟ ସଜ୍ଜନ ଆସି ପାରନ୍ତି । ତାଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତ ରୁହନ୍ତୁ ।

ମିଥୁନ: ନିଜର ମୂଲ୍ୟବାନ ଜିନିଷକୁ ସାଇତି ରଖନ୍ତୁ ,ନଚେତ୍‌ ତାହା ହଜିଯିବାର ସମ୍ଭାବନା ଅଛି । ଆଦୌ ଚିନ୍ତା କରନ୍ତୁ ନାହିଁ । କେବଳ ସତର୍କତା ଅବଲମ୍ବନ କରନ୍ତୁ ।

କର୍କଟ: କୌଣସି କାରଣ ଜନିତ ଦୁଶ୍ଚିନ୍ତା ରହିବ । ଧୈର୍ଯ଼୍ୟଧରି ସମୟ ବିତାନ୍ତୁ । ସେ ସମ୍ବନ୍ଧରେ ଅଧିକ ଚିନ୍ତା କରନ୍ତୁ ନାହିଁ । ସମସ୍ୟା ଆସିବ ଓ ଉନ୍ନତି ପାଇଁ ସମସ୍ୟାରୁ ନିଶ୍ଚିତ କିଛି ଶିଖିବେ ।

ସିଂହ: ଆଳସ୍ୟ ଅନୁଭବ କରିବେ । କିନ୍ତୁ ବର୍ତ୍ତମାନ ଆପଣ ଆଳସ୍ୟର ସମୟ କଟାଇଲେ ଚଳିବ ନାହିଁ । ଅଯଥା ସମୟ ନଷ୍ଟ କରନ୍ତୁ ନାହିଁ । କୌଣସି ନା କୌଣସି କାର୍ଯ୍ୟରେ ନିଜକୁ ନିୟୋଜିତ ରଖନ୍ତୁ ।

କନ୍ୟା: ଆଜି ଆତ୍ମବିଶ୍ଳେଷଣରେ ସମୟ ବିତାଇବେ । କଠିନ ପରିଶ୍ରମ କରି ପ୍ରତିଷ୍ଠିତ ହୋଇପାରିଛନ୍ତି, ସେ ବିଷୟରେ ଚିନ୍ତା କରିବେ ଏବଂ ଭବିଷ୍ୟତରେ କଣ କରିବେ ମଧ୍ୟ ଯୋଜନା କରିବେ ।

ତୁଳା: ମାନସିକ ଅବସ୍ଥାରେ କିଛି ପରିବର୍ତ୍ତନ ହେବ ଏବଂ ଦିନତମାମ ଏକାଗ୍ରତାର ଆଘାତ ସୃଷ୍ଟି ହେବ । କାହାରି ଉପରେ ଅଯ଼ଥାରେ ବିରକ୍ତି ଭାବ ପ୍ରକାଶ କରନ୍ତୁ ନାହିଁ ଏବଂ ନିଜେ ମଧ୍ୟ ମାନସିକ ଭାରସାମ୍ୟ ହରାନ୍ତୁ ନାହିଁ ।

ବିଛା: ସୁଖ ସମ୍ବଳ ଆପଣଙ୍କୁ ବହୁତ ସାହାଯ୍ୟ କରିବ । ଆପଣ ଯାହା କିଛି କରନ୍ତୁ ନା କାହିଁକି ଆପଣଙ୍କ ଅନ୍ତରଆତ୍ମା ଇଚ୍ଛାନୁଯାଇ କାମକରନ୍ତୁ । ଆପଣ କୌଣସି ବିପଦକୁ ଡ଼ରିବେ ନାହିଁ ।

ଧନୁ: ଲମ୍ବା ସମୟ ଧରି ଅମୀମାଂସିତ ହୋଇରହିଥିବା କୌଣସି ଆଇନଗତ ସମସ୍ୟା ଆଜି ଆପଣଙ୍କ ସପକ୍ଷରେ ଯିବ । ଏ ସମସ୍ୟା ଆପଣଙ୍କୁ ବହୁତ ହଇରାଣ କରୁଥିଲା । ଏବେ ଆପଣଙ୍କ ସବୁ ସମସ୍ୟାର ସମାଧାନ ହୋଇଯିବ ଏବଂ ଜୀବନଧାରା ସ୍ୱାଭାବିକ ରୂପେ ଚାଲିବ ।

ମକର: ଆଜି ଆପଣ ମାନସିକ ଶାନ୍ତିରୁ ବଞ୍ଚିତ ରହିବେ । କୌଣସି ମନୋରଞ୍ଜନ କାର୍ଯ୍ୟରେ ଭାଗନେଲେ ବହୁତ ଉତ୍ତମ । ପରିବାର ସଦସ୍ୟ କିମ୍ବା ସାଥିମାନଙ୍କ ସହ ବାହାରେ ଭ୍ରମଣ କରନ୍ତୁ ।

କୁମ୍ଭ: ସାମାନ୍ୟ ବିବ୍ରତ ରହିବେ । ଦାୟିତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟ କରିବାରେ ଅସୁବିଧା ହୋଇପାରେ । ବନ୍ଧୁମାନଙ୍କ ସହ ଫୋନ ମାଧ୍ୟମରେ ବାର୍ତ୍ତାଳାପରେ କିଛି ସମୟ କଟିପାରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।

ମୀନ: ବହୁଦିନର ଲମ୍ବା ପ୍ରତୀକ୍ଷା ପରେ ଆଇନଗତ କେସର ନିଷ୍ପତ୍ତି ଆପଣଙ୍କ ସପକ୍ଷରେ ଯିବ । ଏବେ ଆପଣ ଶାନ୍ତିରେ ନିଶ୍ୱାସ ନେଇ ପାରିବେ । ଆପଣଙ୍କ ଓକିଲଙ୍କ ପରାମର୍ଶ ଏବେ କାମରେ ଲାଗିବ ।

Get real time updates directly on you device, subscribe now.