fbpx

ରାଶିଫଳ (ଶନିବାର, ସେପ୍ଟେମ୍ବର ୧୯/୨୦୨୦ )

ମେଷ -ଆଜି ଆତ୍ମନିର୍ଭରତାକୁ ମୂଳ ମନ୍ତ୍ର କରିଚାଲନ୍ତୁ । ଘର କଥା ହେଉ ଅଥବା ବନ୍ଧୁଙ୍କ ବିଷୟରେ ,ଏବିଷୟରେ ଆପଣ ନିଷ୍ପତ୍ତି ନେବା ଉଚିତ୍ ହେବ । ଏଥିପାଇଁ ଆପଣ ନିଷ୍ପତ୍ତି ନେବା ପାଇଁ ନିଜର ମନର କଥା ନିଶ୍ଚୟ ଶୁଣନ୍ତୁ ।
ବୃଷ -ବର୍ତ୍ତମାନ ଉଚ୍ଚପଦସ୍ଥ ଅଧିକାରୀମାନଙ୍କ ସହ କୌଣସି ପ୍ରକାର ମନୋମାଳିନ୍ୟରୁ ଦୂରେଇ ରୁହନ୍ତୁ । ବିଶେଷକରି ଯେତେବେଳେ ଆପଣଙ୍କୁ ତାଙ୍କଠାରୁ କୌଣସି କାମର ସ୍ୱୀକୃତି ଦରକାର ହେଉଛି ।
ମିଥୁନ -ଆଜି ଆପଣ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ । ହଠାତ୍ ଆପଣଙ୍କ ବନ୍ଧୁ ଆପଣଙ୍କୁ ସାକ୍ଷାତ କରିବାପାଇଁ ଆପଣଙ୍କ ଘରକୁ ଆସି ପାରନ୍ତି । ତାଙ୍କ ସାଥିରେ ଖୁସି ମଉଜ କରନ୍ତୁ ।
କର୍କଟ -ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସିବାର ସମ୍ଭାବନା ରହିଛି । ଏହା ଦ୍ୱାରା ଆପଣଙ୍କ ଘରେ ଆନନ୍ଦର ପରିବେଶ ରହିବ । ଯଦି ଆପଣ କାର୍ଯ୍ୟରେ ବ୍ୟସ୍ତ ରୁହନ୍ତି ତଥାପି ସମୟ ବାହାରକରି ସେମାନଙ୍କ ସହ ଆନନ୍ଦିତ ହୁଅନ୍ତୁ ।
ସିଂହ -ଆଜି ଆପଣ ନିଜ ଉପରେ କାର୍ଯ୍ୟ ବୋଧ ବଢ଼ି ଯାଇଛି ବୋଲି ଅନୁଭବ କରିବେ । ଏହି ଚିନ୍ତା ଘର ଏବଂ କାର୍ଯ୍ୟ ସହ ସମ୍ବନ୍ଧିତ ହୋଇଥାଇପାରେ ।
କନ୍ୟା -ନିଜର ତୀକ୍ଷ୍ଣ ବୁଦ୍ଧି ଯୋଗୁଁ ଆପଣ ଯେ କୌଣସି ସମସ୍ୟାର ସମାଧାନ କରିଦେବେ ଯାହା ବହୁତ ସମୟ ଧରି ଆପଣଙ୍କୁ ହଇରାଣ କରୁଥିଲା । ଆଜି ଆପଣଙ୍କ ବୌଦ୍ଧିକ କ୍ଷମତା ଓ ଯୋଗ୍ୟତା ଚରମ ସୀମାରେ ଉପନୀତ ହେବ ।
ତୁଳା -ସପ୍ତାହରୁ ଚାଲି ଆସୁଥିବା ଯୁକ୍ତି ଏବଂ ଚିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚେ଼ଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।
ବିଛା -ଆଜି ଆପଣ ନିଜ ଘରେ ସୁଖଶାନ୍ତିରେ ଆଶା କରି ପାରନ୍ତି । ଆଜି ଆପଣଙ୍କ ଘରେ ଅତିଥି ମାନଙ୍କର ବହୁତ ଭଲଭାବେ ଚର୍ଚ୍ଚାହେବ ଏବଂ ଆପଣ ସେମାନଙ୍କ ସହ ଭଲ ସମୟ ଅତିବାହିତ କରିବେ । ଏହିଭଳି ସାମାଜିକ ସମାରୋହରେ ଭାଗ ନିଅନ୍ତୁ ।
ଧନୁ -କୌଣସି ଅସୁବିଧାରେ ପଡ଼ିବା ଆଗରୁ ନିଜକୁ ଦୂରେଇ ରଖନ୍ତୁ । ଜୀବନପ୍ରତି ସକାରାତ୍ମକ ଚିନ୍ତା ଧାରା ଏହି ସମୟରେ ଆବଶ୍ୟକ ଅଛି । ଆଜି ଆପଣ ନିଶ୍ଚୟ ନିଜର ଅଟଳ ବିଶ୍ୱାସ ଏବଂ ବୁଦ୍ଧିମତ୍ତା ଯୋଗୁଁ ସବୁ ସମସ୍ୟାର ସମାଧାନ କରିପାରିବେ ।
ମକର -ଆଜି ଯେମିତିବି ହେଉ ଆପଣ ଆଇନଗତ ସମସ୍ୟାରୁ ମୁକ୍ତି ପାଇଯିବେ । ଆପଣଙ୍କର କୌଣସି କଳିରେ ସମ୍ପୃକ୍ତ ହେବାର ସଙ୍କେତ ଅଛି ।
କୁମ୍ଭ -ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।
ମୀନ -ଆଜି ଆପଣ ସେହି ବ୍ୟକ୍ତି ଉପରେ ହତାଶ ଅନୁଭବ କରୁଛନ୍ତି ଯେଉଁ ମାନେ ଆପଣଙ୍କୁ ନିରାଶ କରିଛନ୍ତି । ଆପଣଙ୍କୁ ଏମିତି ଲାଗିବ, ଲୋକମାନେ ଦେଇଥିବା କଥା ଅନୁସାରେ କାମ କରୁନାହାନ୍ତି । ଆଜି ଆପଣ ମୁଣ୍ଡକୁ ଶାନ୍ତ ରଖିବାକୁ ହେବ ।

Get real time updates directly on you device, subscribe now.