fbpx

ରାଶିଫଳ (ଶୁକ୍ରବାର, ୨୬ ଫେବୃୟାରୀ ୨୦୨୧)

ମେଷ : ଆପଣଙ୍କ ଦୃଢ଼ତା ଏବଂ ଧୈର୍ଯ୍ୟ ଆପଣଙ୍କ ପାଖରେ ଥିବା ଲୋକ ଉପରେ ସକାରାତ୍ମକ ପ୍ରଭାବ ପଡ଼ିବ ଏବଂ ଆପଣଙ୍କ ସବୁ ସମସ୍ୟାର ସମାଧାନ ଆପେ ଆପେ ହୋଇଯିବ ।

ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିଶିବାର ସମ୍ଭାବନା ହୋଇପାରେ, ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ, ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତ୍ତର ଅଟନ୍ତି ।

ମିଥୁନ : ଆଜି ଆପଣଙ୍କୁ ଆପଣଙ୍କର କୌଣସି ନିକଟତ୍ତର ବନ୍ଧୁଙ୍କଠାରୁ ଉପହାର ମିଳିପାରେ । ଏମିତି କୌଣସି ବସ୍ତୁ ଆପଣଙ୍କୁ ମିଳିପାରେ ଯାହା ଆପଣ କିଣିବାକୁ ଚାହୁଁ ନଥିବେ । ଏହି ଉପହାର ପାଇଁ ଆପଣ ବନ୍ଧୁଙ୍କୁ ଧନ୍ୟବାଦ ଦିଅନ୍ତୁ ।

କର୍କଟ : ଆଜି ଆପଣ ହଠାତ୍ କୌଣସି ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବେ, ଯାହାଦ୍ୱାରା ଆପଣ ବହୁତ ଖୁସି ହେବେ, ଆଜି ଆପଣ ପୁରୁଣା ବନ୍ଧୁଙ୍କ ସହିତ ପୁରୁଣା ସ୍ମୃତି ସବୁ ମନେ ପକାଇପାରନ୍ତି ।

ସିଂହ : ଆପଣଙ୍କର କୌଣସି ପ୍ରକାର ସହଯୋଗ ଆବଶ୍ୟକ ହେଲେ ଆପଣଙ୍କର ମିତ୍ର ଏବଂ ସମ୍ପର୍କୀୟ ସାହାଯ୍ୟ କରିବେ । ନିଜ ଲୋକଙ୍କ ସାହାଯ୍ୟରେ ଆପଣ ଆପଣଙ୍କର ସମସ୍ୟାର ସମାଧାନ କରିପାରିବେ ।

କନ୍ୟା : ଆଜି ଆପଣ କାହା ଉପରେ ନିର୍ଭର କରୁଛନ୍ତି । ଆପଣ ସମସ୍ତଙ୍କୁ ବିଶ୍ୱାସ ବହୁତ ଶୀଘ୍ର କରିନିଅନ୍ତି । ଏହି ଅଭ୍ୟାସକୁ ଆପଣ ପରିବର୍ତ୍ତନ କରନ୍ତୁ ନହେଲେ ଏହି ଅଭ୍ୟାସ ପାଇଁ ଆପଣ ପଛରେ ହଇରାଣରେ ପଡ଼ିବେ ।

ତୁଳା : ସପ୍ତାହରୁ ଚାଲି ଆସୁଥିବା ଯୁକ୍ତି ଏବଂ ଚିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚେଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।

ବିଛା : ବର୍ତ୍ତମାନ ବୋଧହୁଏ ଆପଣ କୌଣସି କଠିନ କାମ କରୁଛନ୍ତି । ଭଲ ଭାବରେ ବୁଝିବିଚାରି କାମ କରନ୍ତୁ ଏବଂ ନିଜର ବିଚାରକୁ ଷ୍ପଷ୍ଟ ଭାବରେ ଉପସ୍ଥାପନ କରନ୍ତୁ । ବ୍ୟସ୍ତ ହୋଇ କୌଣସି ଭୂଲ୍ କରନ୍ତୁ ନାହିଁ ।

ଧନୁ : କୌଣସି ନିକଟ ସମ୍ପର୍କୀୟ ସାଙ୍ଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଆପଣ ଏହି ସମ୍ପର୍କକୁ ଶୀଘ୍ର ଠିକ୍ କରିବାକୁ ଚାହିଁବେ । କିନ୍ତୁ ଆପଣଙ୍କ ଚାହିଁବା ମୁତାବକ ଏମିତି ହୋଇପାରୁ ନାହିଁ । ବୋଧହୁଏ ତାଙ୍କୁ ଅଧିକ ସମୟ ଲାଗିବ ।

ମକର : ଆପଣଙ୍କ ନିଜ ପୁରୁଣା ବନ୍ଧୁ ଫେରିପାରନ୍ତି କିନ୍ତୁ ସେଥିପାଇଁ ଆପଣଙ୍କୁ ପ୍ରଥମ ପାଦ ବଢାଇବାକୁ ପଡିବ । ଆପଣଙ୍କୁ ଏହି ରାଗିଥିବା ବନ୍ଧୁ ପାଖକୁ ଖବର ପଠାଇବା ପାଇଁ ଆପଣଙ୍କୁ ଆପଣଙ୍କର ମନ ଏବଂ ମସ୍ତିସ୍କ ଦ୍ୱାରା ସାହାଯ୍ୟ ମିଳିବ ।

କୁମ୍ଭ : ଆଜି ଆପଣଙ୍କୁ ନିଜର କେହି ଆଶ୍ଚର୍ଯ୍ୟ କରିବ । ବିଷୟଟି ଆପଣଙ୍କ ସମ୍ପର୍କରେ ହୋଇପାରିଥାଏ, ନ ହୋଇ ମଧ୍ୟ ପାରିଥାଏ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ ।

ମୀନ : ଭଲ ବନ୍ଧୁ ଆପଣଙ୍କୁ ଠିକ୍ ଉତ୍ତର ଦେବ । ନିଜର ଜୀବନଶୈଳୀ ପରିବର୍ତ୍ତନ ପାଇଁ ବନ୍ଧୁମାନଙ୍କ ସହିତ ଆଲୋଚନା କରନ୍ତୁ ଏବଂ ସେମାନଙ୍କଠାରୁ ସକାରାତ୍ମକ ଉତ୍ତର ନିଅନ୍ତୁ ।

Get real time updates directly on you device, subscribe now.