fbpx

ରାଶିଫଳ (ବୁଧୁବାର ,୨୮ ଅପ୍ରିଲ ,୨୦୨୧)

ମେଷ: ଯୋଜନା ମୁତାବକ ସଫଳ ହେବେ ମାତ୍ର ଜୀବନସାଥିର ସ୍ୱାସ୍ଥ୍ୟ ବିଗିଡିବ । ଆୟ କରିବାର ସୁଯୋଗ ଷୃଷ୍ଟି ହେବ । ଛାତ୍ରଛାତ୍ରୀଙ୍କର ପାଠପଢାରେ ଉନ୍ନତି ହେବ, ରାଜନୀତିରେ ସଫଳ ହେବେ । କିଛି ସଂକ୍ରମିତ ରୋଗ ହେବ ।

ବୃଷ: ଭାଗ୍ୟ ଆଜି ଆପଣଙ୍କର ସପକ୍ଷରେ ରହିବେ । ଆଶାତୀତ ମାନ ସମ୍ମାନ, ଟଙ୍କାପଇସା, ପରିବାର ସାହିପଡିଶା ସହିତ ସୁସମ୍ପର୍କ ବୃଦ୍ଧି ହେବ । ଆଶା ପୂରଣ ହେବ । ସକାଳୁ ସ୍ନାନସାରି ଗୁରୁଜନ ମାନଙ୍କର ଆର୍ଶିବାଦ ନିଆନ୍ତୁ ଶୁଭରେ ଦିନ କଟିବ ।

ମିଥୁନ: କର୍ମ ଏବଂ ଅର୍ଥ ଚିନ୍ତା ଦୂର ହେବ । ବ୍ୟବସାୟ, କଳକାରଖନା କର୍ମଜୀବୀ, ଔଷଧ ବ୍ୟବସାୟୀ ଅଧିକ ଲାଭ ପାଇବେ । ଅଚାନକ ଖୁସିଖବର ମିଳିବ । ଧାର୍ମିକ ଭାବନା ବୃଦ୍ଧି ହେବ ।

କର୍କଟ: ଅଶୁଭ ଗ୍ରହ ପ୍ରଭାବ ରହିବ ଫଳରେ କୌଣସି ପ୍ରକାରର ଧୋକା ମିଳିବ । ଲାଲ ମନ୍ଦାର ମଙ୍ଗଳା ମନ୍ଦିରରେ ଦିଅନ୍ତୁ, ଗଛିତ ଅର୍ଥବ୍ୟୟ ବଢିବ । ଜୀବନସାଥିର ଅସହଯୋଗ ହେଉ କିମ୍ବା ସ୍ୱାସ୍ଥ୍ୟ ହାନି ଚିନ୍ତାର କାରଣ ହେବ । କୌଣସି କାମରେ ମନ ଲାଗିବ ନାହିଁ ।

ସିଂହ: କର୍ମ କ୍ଷେତ୍ରରେ ପରିବର୍ତ୍ତନ ହେବ । ନୂଆକିଛି ଯୋଜନା କରି ସଫଳ ହେବେ । କୌଣସି ପ୍ରକାର ଆର୍ôଥକ ଲାଭ କିମ୍ବା ନୂଆ ସମ୍ପର୍କ ଯୋଡି ହେବ । ସୁଖଶାନ୍ତି ଭରା ପରିବେଶ ମଧ୍ୟରେ ଦିନ କଟିବ । କୌଣସି ସମସ୍ୟାରୁ ମୁକ୍ତି ପାଇବେ ।

କନ୍ୟା: ଟଙ୍କାପଇସାକୁ ନେଇ ଚିନ୍ତା କମିବ ଏବଂ କୌଣସି ଜାଗାରୁ ଅର୍ଥ ଓ କର୍ମ ପ୍ରାପ୍ତିର ସୂଚନା ମିଳିବ । ମନର ଯୋଜନା ମୁତାବକ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ । କୌଣସି ପ୍ରକାରେ ଅର୍ଥ ଉପାର୍ଜନ ବଢିବ । ମନ ଉତ୍ସାହିତ ରହିବ ।

ତୁଳା: କୌଣସି ବନ୍ଧୁ ଆଜି ସହଯୋଗ କରିବେ ଏବଂ ଯୋଜନା ମୁତାବକ ସଫଳ ହେବେ । ପାରିବାରିକ ଶାନ୍ତି ମିଳିବ । ପାରିବାରରେ ମତାନ୍ତର ରହିବ , ଅଯଥା କଥାରେ ମୁଣ୍ଡ ପୁରାଇ ହଇରାଣ ହେବେ । ମାଲକ୍ଷ୍ମୀଙ୍କୁ ସୁମରଣା କରନ୍ତୁ କଲ୍ୟାଣ ହେବ ।

ବିଛା: ମନର ଆଶା ପୂରଣ ହେବ ନାହିଁ ତେଣୁ ମାନସିକ ଅଶାନ୍ତି ବୃଦ୍ଧି ହେବ ମାତ୍ର ଚାକିରିରେ ପ୍ରଶଂସିତ ହେବେ । ବ୍ୟବସାୟରେ ଲାଭ ବଢିବ । ପୁରୁଣା ରୋଗରୁ ଉପଶମ ମିଳିବ । ନୂଆକରି ଆରମ୍ଭ କରିଥିବା ବ୍ୟବସାୟ କିମ୍ବା ଚାକିରିରେ ସଫଳତା ମିଳିବ । ବୈବାହିକ ଜୀବନରେ ସୁଖଶାନ୍ତି ବଢିବ ।

ଧନୁ: ସମ୍ପର୍କିୟ ଏବଂ ପରିବାର ସହିତ ସମୟ କାଟନ୍ତୁ । ଜନହିତକର ବା ନିସ୍ୱାର୍ଥ କାମ କରି ପ୍ରଶଂସିତ ହେବେ । କିଛି ଖାଦ୍ୟ କୌଣସି ଭୋକିଲାକୁ ଦିଅନ୍ତୁ କଲ୍ୟାଣ ହେବ । ବନ୍ଧୁପରିଜନରେ ସାହାଯ୍ୟ ମିଳିବ । ଯାହା ଉଦ୍ୟମ କରିବେ ପୂରଣ ହେବ ।

ମକର: କିଛି ଦୁର୍ବଳ ଅନୁଭବ କରିବେ । ଉଚ୍ଚ ରକ୍ତଚାପ, ସଂକ୍ରମିତ ରୋଗ କିଛି ହେବ । ମାତ୍ର ଚିନ୍ତା କରୁଥିବା ଏବଂ ଚେଷ୍ଟା କରୁଥିବା କାର୍ଯ୍ୟ ହାସଲ ହେବ । ନିଜର ରକ୍ତଦାନ କରନ୍ତୁ କଲ୍ୟାଣ ହେବ ।

କୁମ୍ଭ: ଆଜି ଦିନଟି ଶୁଭରେ ଶୁଭରେ କଟିବ । ଆଶାଜନକ ସମସ୍ତ ପରିବେଷ ପରିସ୍ଥିତି ରହିବ । ଶୁଭ ଦିନଟିଏ ରହିବ ଏବଂ ଚେଷ୍ଟା ଅନୁଯାୟୀ ଫଳ ମିଳିବ । କିଛି ଚାଉଳ ପାରାଙ୍କୁ ଦିଅନ୍ତୁ ଅଟକିଥିବା କାମ ପୂରଣ ହେବ ।

ମୀନ: ପାରିବାରିକ ପରିବେଶରେ ଖୁସି ମିଳିବ । ପିଲାଙ୍କର ଚାକିରିର ସୁଯୋଗ ଆସିବ । କର୍ମକ୍ଷେତ୍ରରେ ସୁଧାର ଆସିବ । କୌଣସି ପ୍ରକାର ସହାୟତା ମିଳିବ । ଚାକିରି, ବ୍ୟବସାୟରେ ଦାୟିତ୍ୱ ବୃଦ୍ଧି ହେବ । ପାରିବାରିକ ଏବଂ ବ୍ୟବସାୟିକ ସମ୍ପର୍କରେ ବୃଦ୍ଧି ଘଟିବ ।

Get real time updates directly on you device, subscribe now.