fbpx

ରାଶିଫଳ (ଗୁରୁବାର ,୨୯ ଅପ୍ରିଲ ,୨୦୨୧)

ମେଷ : ଶୁଭଖବର ପାଇ ମନ ଖୁସି ହେବ । ସହକର୍ମୀମାନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବ । ଶତୃମାନେ ମିତ୍ରତାର ହାତ ବଢେଇବେ । ପୁରାତନ ରୋଗରୁ ସାମାନ୍ୟ ମୁକ୍ତି ମିଳିବ ।

ବୃଷ : ଶିଳ୍ପବାଣିଜ୍ୟ ଓ ପରିବହନ ବ୍ୟବସାୟରେ ଲାଭ ପାଇବେ । ନୂତନ କର୍ମ କରି ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ ଶୁଭ ସମ୍ବାଦ ମିଳିବ । ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ ।

ମିଥୁନ : ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ା କାମରୁ ପ୍ରଶଂସିତ ହେବେ । ପାରିବାରିକ ପରିସ୍ଥିତି ଯୋଗୁ ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ବିଦ୍ୟାରେ ଉନ୍ନତି କରିବେ । ଆର୍ôଥକସ୍ଥିତି ଭଲ ରହିବ ।

କର୍କଟ : ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ । ଆର୍ôଥକ କ୍ଷେତ୍ରରେ ଉନ୍ନତିହେବ ।ସମସ୍ୟାର ସମାଧାନ କରିପାରିବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି ।

ସିଂହ : ସନ୍ତାନର ଭବିଷ୍ୟତ ପାଇଁ ପୁଞ୍ଜି ନିବେଶ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିପାରନ୍ତି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ôଥକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ ।

କନ୍ୟା : ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବୃଦ୍ଧି ହେବ । ଆର୍ôଥକ ସ୍ଥିତିରେ ବୃଦ୍ଧି ହେବ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ ।

ତୁଳା : ଶତୃମାନେ ତଳମୁହାଁ ହେବେ । ଘରୋଇ ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ଲୋକ,ଦଳର ସମର୍ଥନ ବଢିବ । ମାଲିମକଦ୍ଦମାରେ ବିଜୟୀ ହେବେ ।ପରିବହନ ବ୍ୟବସାୟ କ୍ଷେତ୍ରରେ ଆଶାନୁରୂପ ଲାଭ ପାଇବେ ।

ବିଛା : ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ଅଚାନକ ଧନପ୍ରାପ୍ତି, ଭାଇ ବନ୍ଧୁ ମିତ୍ରମାନ ଙ୍କର ସାହାଯ୍ୟ ସହଯୋଗ ପାଇବେ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ ।

ଧନୁ : ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । କର୍ମ କ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ । ସତର୍କତା ସହ ଯାତାୟାତ କରିବା ଉଚିତ୍ ।

ମକର : ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପୁରାତନ ରୋଗରୁ ମୁକ୍ତି ମିଳିବ । ବ୍ୟବସାୟୀ ମାନଙ୍କର କାରବାର ବୃଦ୍ଧି ହେବା ଫଳରେ ଆର୍ôଥକସ୍ଥିତି ସୁଧୁରି ଯିବ । ନୂଆ ଜ୍ଞାନର ବୃଦ୍ଧି ହେବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ । ।

କୁମ୍ଭ : ଶୁଭ ସମାଚାର ମିଳିପାରେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ । ସନ୍ତାନଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ସୁଯୋଗ ପ୍ରାପ୍ତି ହେବ ।

ମୀନ : ସାମ୍ବାଦିକମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ୱାରା କାର୍ଯ୍ୟ ହାସଲ କରିବେ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ରାଜନୀତି କ୍ଷେତ୍ରରେ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ । ପରିବାରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ସମସ୍ୟାର ସମାଧାନ କରିବେ ।

Get real time updates directly on you device, subscribe now.