fbpx

ରାଶିଫଳ (ଶୁକ୍ରବାର ,୦୨ ଅପ୍ରିଲ ,୨୦୨୧)

ମେଷ : ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ନୂଆ ବ୍ୟବସାୟିକ ସମ୍ପର୍କ ସ୍ଥାପନ ସହ ସାହାଯ୍ୟ ସହଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ ।

ବୃଷ : ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ମାନସିକ ଚିନ୍ତା ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

ମିଥୁନ : କର୍ମ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ ।

କର୍କଟ : କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଚିନ୍ତା ବୃଦ୍ଧି ହେବ ।

ସିଂହ : ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ମାନସିକ ସ୍ଥିରତା ଦେଖାଦେବ ଓ ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । ସମ୍ମାନର ସହିତ ଦିନଟି ବିତାଇବେ ।

କନ୍ୟା : ଚାକିରିଜୀବୀମାନେ ଭଲ ଦକ୍ଷତା ହାସଲ କରିପାରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । କ୍ରୋଧକୁ ଦମନ କରି ହସଖୁସିିର ବାତାବରଣ ସୃଷ୍ଟି ହେବ । ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ ।

ତୁଳା : ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହୋଇ ଉଚ୍ଚମାନ୍ୟତାର ଅଧିକାରୀ ହେବେ । ଗୃହାରମ୍ଭ, ଦୂରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ନିବେଶ କରି ଲକ୍ଷ୍ମୀଙ୍କ କୃପା ଲାଭ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ।

ବିଛା : ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଜମିଜମା ସଙ୍କ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପ୍ରତିଯୋଗିତା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ ।

ଧନୁ : ଶୁଭ ସମ୍ବାଦପାଇ ଖୁସିହେବେ । ପୈତୃକ ସମ୍ପତ୍ତି ପାଇଁ ପାରିବାରିକ ଦ୍ୱନ୍ଦ୍ୱର ସମାଧାନ ହେବ । ପରିବାରରେ ମନାନ୍ତର ଦୂର ହେବ । ନୂତନ ଗୃହ ନିର୍ମାଣ କରିବା ଯୋଜନା ପ୍ରସ୍ତୁତ କରିପାରନ୍ତି । ବୃତ୍ତିଗତ ଦୃଷ୍ଟିରୁ ସ୍ୱାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ସମ୍ମାନର ସହ କୃତକାର୍ଯ୍ୟ ହେବେ ।

ମକର : ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ଓ ସାକ୍ଷାତକାରରେ ଯଶସ୍ୱୀ ହେବେ । ପରିବାରରେ ମନୋମାଳିନ୍ୟ ସୃଷ୍ଟି ହୋଇ ପାରେ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ । ସ୍ୱାସ୍ଥ୍ୟହାନୀ ହେବା ସହ ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ ।

କୁମ୍ଭ : ବ୍ୟବସାୟୀମାନଙ୍କର କାରବାର ବୃଦ୍ଧି ହେବ । ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ପାରିବାରରେ ହସଖୁସିର ବାତାବରଣ ସୃଷ୍ଟି ହେବ ।

ମୀନ : ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

Get real time updates directly on you device, subscribe now.