fbpx

ରାଶିଫଳ(ଶୁକ୍ରବାର,୨୪ ଫେବୃଆରୀ,୨୦୨୩)

ମେଷ – ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ମନୋନିବେଶ କରିବେ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ |  ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।
ପ୍ରତିକାର- ହନୁମାନଙ୍କ ପାଖରେ ରାଶି ତେଲର ଦୀପଟିଏ ଜାଳନ୍ତୁ ।
ବୃଷ – ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବ ।  ନୂତନ କାର୍ଯ୍ୟ କରିବେ | ନିଜ କଥା ବାର୍ତ୍ତା ଦ୍ୱାରା   ନୂତନ ସମ୍ପର୍କ ଗଢିବାରେ ସହାୟ ହେବ | କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ | ବାଣିଜ୍ୟ ବ୍ୟାପାରରେ ଲାଭବାନ ହେବେ | ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ |
ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ମିଥୁନ – ଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ | ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ | କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ | ବାଣିଜ୍ୟ ବ୍ୟବସାୟରେ ଆୟ ବୃଦ୍ଧି ଘଟିବ ।ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ |
ପ୍ରତିକାର-ଗଣେଶଙ୍କୁ କର୍ପୂର ଆଳତୀ କରି ପ୍ରଣାମ କରନ୍ତୁ ।
କର୍କଟ – ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ | ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ | ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ | ବାଣିଜ୍ୟ ବ୍ୟବସାୟ ପାଇଁ ଦିନଟି ଅନୁକୂଳ ରହିବ।
ପ୍ରତିକାର- ଅଶ୍ବତ୍ଥ ବୃକ୍ଷମୂଳରେ କଞ୍ଚା କ୍ଷୀରରେ କଳାରାଶି ମିଶାଇ ଢାଳନ୍ତୁ
ସିଂହ – ଆଜି ବ୍ୟୟବୃଦ୍ଧି ହେବ | ଚକ୍ଷୁ ପୀଡା ଦେଖାଦେବ | ନିଜ ସମ୍ପର୍କୀୟମାନେ  କଟୁବାକ୍ୟ କହି ଶତ୍ରୁତା କରିବସିବେ | କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ | ବ୍ୟାପାରରେ କ୍ଷତି ସହିପାରନ୍ତି | ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ |
ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ
କନ୍ୟା – ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିବ | ଶୁଭ ସମାଚାର ମିଳିପାରେ | କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ | ମହିଳାମାନେ ଅନିଚ୍ଛାକୃତ ଭାବେ କାର୍ଯ୍ୟ କରିବା ପାଇଁ ବାଧ୍ୟ ହେବେ | ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନହୋଇପାରେ |
ପ୍ରତିକାର- ପିତା ମାତାଙ୍କ ପାଦ ସ୍ପର୍ଶ କରି ପ୍ରଣାମ କରନ୍ତୁ ।
ତୁଳା – ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ | ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ | କୋଟ କଚେରୀ କିମ୍ବା ଅନ୍ୟାନ୍ୟ ସମସ୍ୟା ସହିତ ଜଡିତ ହୋଇପାରନ୍ତି।  କାର୍ଯ୍ୟକ୍ଷେତ୍ରରେ ସ୍ଥାନାନ୍ତର ଯୋଗ ରହିଛି | ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ | ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ |
ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ବିଛା – ଆଜି ଉପହାର ମିଳିପାରେ | କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ | କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ | କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ | ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ | ପରିବାରରେ ସୁଖରେ ସମୟ କାଟିବେ |
ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ – ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି | ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ | କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି | ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ |
ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମକର  – ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ | ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ | ଅଯଥା ଖର୍ଚ୍ଚ ବଢ଼ିଯିବ | କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ | ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ  ।
ପ୍ରତିକାର- ପଞ୍ଚାମୃତ ପାନକରି ଘରୁ ବାହାରନ୍ତୁ ।
କୁମ୍ଭ – ଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ | କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ | ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ | ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ | କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁ କ୍ଳାନ୍ତ ଅନୁଭବ କରିବେ। ବ୍ୟବସାୟ ପାଇଁ ଦିନଟି ଅଶୁଭ ରହିପାରେ | ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ |
ପ୍ରତିକାର-ମିଠାଦହି ଖାଇ ଘରୁ ବାହାରନ୍ତୁ ।
ମୀନ – ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି | ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ | ନୂତନ ବସ୍ତ୍ର ଆଭୂଷଣ ଲାଭ କରିବେ | କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିବ। ବିଦ୍ୟାର୍ଥିମାନେ ଶୁଭ ଖବର ଶୁଣିପାରନ୍ତି।
ପ୍ରତିକାର- ସାତଟି ଲାଲ୍ ମନ୍ଦାର ଫୁଲ ମା ପାର୍ବତୀଙ୍କୁ ଚଢାନ୍ତୁ ।

Get real time updates directly on you device, subscribe now.