fbpx

ରାଶିଫଳ( ସୋମବାର,୧୨ ଜୁଲାଇ ୨୦୨୧)

ମେଷ: କୌଣସି ପ୍ରକାର ସହଯୋଗ ଆବଶ୍ୟକ ହେଲେ ଆପଣଙ୍କର ମିତ୍ର ଏବଂ ସମ୍ପର୍କିୟ ସାହାଯ୍ୟ କରିବେ । ନିଜ ଲୋକଙ୍କର ସାହାଯ୍ୟରେ ଆପଣ ସମସ୍ୟାର ସମାଧାନ କରିପାରିବେ ।

ବୃଷ: ଆପଣଙ୍କୁ ନିଜର କେହି ଆଶ୍ଚର୍ଯ୍ୟ କରିବ । ବିଷୟଟି ଆପଣଙ୍କ ସମ୍ପର୍କରେ ହୋଇପାରିଥାଏ, ନ ହୋଇ ମଧ୍ୟ ପାରିଥାଏ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ ।

ମିଥୁନ: କୌଣସି ନିକଟର ବନ୍ଧୁଙ୍କ ଠାରୁ ଉପହାର ମିଳିପାରେ । ଏମିତି କୌଣସି ବସ୍ତୁ ଆପଣଙ୍କୁ ମିଳିପାରେ ଯାହା ଆପଣ କିଣିବାକୁ ଚାହୁଁ ନଥିବେ । ଏହି ଉପହାର ପାଇଁ ଆପଣ ବନ୍ଧୁଙ୍କୁ ଧନ୍ୟବାଦ ଦିଅନ୍ତୁ ।

କର୍କଟ: ହଠାତ୍‌ କୌଣସି ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ ଯାହାଦ୍ୱାରା ଆପଣ ବହୁତ ଖୁସି ହେବେ । ପୁରୁଣା ବନ୍ଧୁଙ୍କ ସହିତ ପୁରୁଣା ସ୍ମୃତି ସବୁମନେ ପକାଇପାରନ୍ତି।

ସିଂହ: ଆପଣଙ୍କ ଦୃଢ଼ତା ଏବଂ ଧର୍ଯ୍ୟ ଆପଣଙ୍କ ପାଖରେ ଥିବା ଲୋକ ଉପରେ ସକାରାତ୍ମକ ପ୍ରଭାବ ପଡ଼ିବ ଏବଂ ଆପଣଙ୍କର ସବୁ ସମସ୍ୟାର ସମାଧାନ ଆପେ ଆପେ ହୋଇଯିବ ।

କନ୍ୟା: ଆଜି ଆପଣ କାହା ଉପରେ ନିର୍ଭର କରୁଛନ୍ତି । ଆପଣ ସମସ୍ତଙ୍କୁ ବିଶ୍ୱାସ ବହୁତ ଶୀଘ୍ର କରିନିଅନ୍ତି । ଏହି ଅଭ୍ୟାସକୁ ଆପଣ ପରିବର୍ତ୍ତନ କରନ୍ତୁ ନହେଲେ ଏହି ଅଭ୍ୟାସ ପାଇଁ ଆପଣ ପଛରେ ହଇରାଣରେ ପଡ଼ିବେ ।

ତୁଳା: ଜୀବନରେ ସମ୍ମୁଖୀନ କରୁଥିବା ଅସୁବିଧା ଓ ଚିନ୍ତାରୁ ଆପଣ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚେଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।

ବିଛା: ବର୍ତ୍ତମାନ ବୋଧ ହୁଏ ଆପଣ କୌଣସି କଠିନ କାମ କରୁଛନ୍ତି । ଭଲ ଭାବରେ ବୁଝି ବିଚାରି କାମ କରନ୍ତୁ ଏବଂ ନିଜର ବିଚାରକୁ ସ୍ପଷ୍ଟ ଭାବରେ ଉପସ୍ଥାପନ କରନ୍ତୁ । ବ୍ୟସ୍ତ ହୋଇ କୌଣସି ଭୂଲ୍‌ କରନ୍ତୁ ନାହିଁ ।

ଧନୁ: କୌଣସି ନିକଟ ସମ୍ପର୍କିୟ ସାଙ୍ଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଆପଣ ଏହି ସମ୍ପର୍କକୁ ଶୀଘ୍ର ଠିକ କରିବାକୁ ଚାହିଁବେ । କିନ୍ତୁ ଆପଣଙ୍କ ଚାହିଁବା ମୁତାବିକ ଏମିତି ହୋଇପାରୁ ନାହିଁ । ବୋଧହୁଏ ତାଙ୍କୁ ଅଧିକ ସମୟ ଲାଗିବ ।

ମକର: ଆପଣଙ୍କ ନିଜ ପୁରୁଣା ବନ୍ଧୁ ଫେରି ପାରନ୍ତି କିନ୍ତୁ ସେଥିପାଇଁ ଆପଣଙ୍କୁ ପ୍ରଥମ ପାଦ ବଢାଇବାକୁ ପଡିବ । ଆପଣଙ୍କୁ ଏହି ରାଗିଥିବା ବନ୍ଧୁ ପାଖକୁ ଖବର ପଠାଇବା ପାଇଁ ଆପଣଙ୍କୁ ଆପଣଙ୍କର ମନ ଏବଂ ମସ୍ତିଷ୍କ ଦ୍ୱାରା ସାହାଯ୍ୟ ମିଳିବ ।

କୁମ୍ଭ: ଆଜି ନିଜ ଲୋକମାନଙ୍କ ସହିତ ମିଶିବାର ସମ୍ଭାବନା ହୋଇପାରେ । ଏହା ଆପଣଙ୍କୁ ହଠାତ୍‌ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି ।

ମୀନ: ଭଲ ବନ୍ଧୁ ଆପଣଙ୍କୁ ଠିକ ଉତ୍ତର ଦେବ । ନିଜର ଜୀବନ ଶୈଳୀ ପରିବର୍ତ୍ତନ ପାଇଁ ବନ୍ଧୁ ମାନଙ୍କର ସହିତ ଆଲୋଚନା କରନ୍ତୁ ଏବଂ ସେମାନଙ୍କ ଠାରୁ ସକାରତ୍ମକ ଉତ୍ତର ନିଅନ୍ତୁ । ପୂର୍ଣ୍ଣ ନିଷ୍ଠାର ସହିତ ପ୍ରୟାସ ଜାରି ରଖନ୍ତୁ ନିଶ୍ଚୟ ସଫଳତା ମିଳିବ ।

Get real time updates directly on you device, subscribe now.