fbpx

ରାଶିଫଳ (ସୋମବାର ,୧୭ ମଇ ,୨୦୨୧)

Advertisement

ମେଷ : କୌଣସି ଯୋଜନା ମୁତାବକ ସଫଳ ହେବେ ମାତ୍ର ଜୀବନସାଥିର ସ୍ୱାସ୍ଥ୍ୟ ବିଗିଡିବ । ଆୟ ବଢିବ ଏବଂ ବ୍ୟବସାୟରେ ଲାଭ ବଢିବ । ବିବାହ ସମ୍ଭାବନା ଷୃଷ୍ଟି ହେବ । ରାଜନୀତିରେ ସଫଳ ହେବେ ମାତ୍ର କିଛି ସଂକ୍ରମିତ ରୋଗ ହେବ ।

ବୃଷ : ଭାଗ୍ୟ ଆପଣଙ୍କର ସପକ୍ଷରେ ରହିବେ । ଆଶାତୀତ ମାନ ସମ୍ମାନ, ଟଙ୍କାପଇସା, ପରିବାର ସାହିପଡିଶା ସହିତ ସୁସମ୍ପର୍କ ବୃଦ୍ଧି ହେବ । ଆଶା ପୂରଣ ହେବ । ସକାଳୁ ସ୍ନାନସାରି ଗୁରୁଜନ ମାନଙ୍କର ଆର୍ଶିବାଦ ନିଆନ୍ତୁ ଶୁଭରେ ଦିନ କଟିବ ।

ମିଥୁନ : କର୍ମ ଏବଂ ଅର୍ଥ ଚିନ୍ତା ଦୂର ହେବ । ବ୍ୟବସାୟ, କଳକାରଖାନା, ଓøଷଧ ବ୍ୟବସାୟୀ ଅଧିକ ଲାଭ ପାଇବେ । ଅଚାନକ ଖୁସିଖବର ମିଳିବ ଏବଂ ମନର ଆଶା ପୂରଣ ହେବ ।

କର୍କଟ : ଅଶୁଭ ଗ୍ରହ ପ୍ରଭାବ ରହିବ ଫଳରେ କୌଣସି ପ୍ରକାରର ଧୋକା ମିଳିବ । ଲାଲ ମନ୍ଦାର ମଙ୍ଗଳା ମନ୍ଦିରରେ ଦିଅନ୍ତୁ । ଗଛିତ ଅର୍ଥବ୍ୟୟ ବଢିବ । ଜୀବନସାଥିର ଅସହଯୋଗ କିମ୍ବା ସ୍ୱାସ୍ଥ୍ୟହାନି ଚିନ୍ତାର କାରଣ ହେବ । କୌଣସି କାମରେ ମନ ଲାଗିବ ନାହିଁ ।

ସିଂହ : କର୍ମ କ୍ଷେତ୍ରରେ ପରିବର୍ତ୍ତନ ହେବ । ନୂଆକିଛି ଯୋଜନା କରି ସଫଳ ହେବେ । କୌଣସି ପ୍ରକାର ଆର୍ôଥକ ଲାଭ କିମ୍ବା ନୂଆ ସମ୍ପର୍କ ଯୋଡି ହେବ । ସୁଖଶାନ୍ତି ଭରା ପରିବେଶ ମଧ୍ୟରେ ଦିନ କଟିବ । କୌଣସି ସମସ୍ୟାରୁ ମୁକ୍ତି ପାଇବେ ।

କନ୍ୟା : ଟଙ୍କାପଇସାକୁ ନେଇ ଚିନ୍ତା କମିବ ଏବଂ କୌଣସି ଜାଗାରୁ ଅର୍ଥ ଓ କର୍ମ ପ୍ରାପ୍ତିର ସୂଚନା ମିଳିବ । ଯୋଜନା ମୁତାବକ କାର୍ଯ୍ୟରେ ସଫଳ ହେବେ । ଅର୍ଥ ଉପାର୍ଜନ ବଢିବ, ମନ ଉତ୍ସାହିତ ରହିବ ।

ତୁଳା : କୌଣସି ବନ୍ଧୁ ଆଜି ସହଯୋଗ କରିବେ ଏବଂ ଯୋଜନା ମୁତାବକ ସଫଳ ହେବେ । ପାରିବାରିକ ଶାନ୍ତି ମିଳିବ । ପାରିବାରିକ ପରିବେଶରେ ମତାନ୍ତର ରହିବ । ଅଯଥା କଥାରେ ମୁଣ୍ଡ ପୁରାଇ ହଇରାଣ ହେବେ । ମାଲକ୍ଷ୍ମୀଙ୍କୁ ସୁମରଣା କରନ୍ତୁ କଲ୍ୟାଣ ହେବ ।

ବିଛା : ଆଜି ମନର ଆଶା ପୂରଣ ହେବ ନାହିଁ ତେଣୁ ମାନସିକ ଅଶାନ୍ତି ବୃଦ୍ଧି ହେବ ମାତ୍ର ଚାକିରିରେ ପ୍ରଶଂସିତ ହେବେ । ବ୍ୟବସାୟରେ ଲାଭ ବଢିବ ଏବଂ ପୁରୁଣା ରୋଗରୁ ଉପଶମ ମିଳିବ । ନୂଆକରି ଆରମ୍ଭ କରିଥିବା ବ୍ୟବସାୟ କିମ୍ବା ଚାକିରିରେ ସଫଳତା ମିଳିବ । ବୈବାହିକ ଜୀବନରେ ସୁଖଶାନ୍ତି ବଢିବ ।

ଧନୁ : ସଂପର୍କିୟ ଏବଂ ପରିବାର ସହିତ ସମୟ କାଟନ୍ତୁ । କିଛି ଜନହିତକର ବା ନିସ୍ୱାର୍ଥ କାମ କରି ପ୍ରଶଂସିତ ହେବେ । କିଛି ଖାଦ୍ୟ ଭୋକିଲାକୁ ଦିଅନ୍ତୁ କଲ୍ୟାଣ ହେବ । ବନ୍ଧୁପରିଜନରେ ସାହାଯ୍ୟ ମିଳିବ । ଯାହା ଉଦ୍ୟମ କରିବେ ପୁରଣ ହେବ ।

ମକର : ଆଜି କିଛି ଦୁର୍ବଳ ଅନୁଭବ କରିବେ । ଉଚ୍ଚ ରକ୍ତଚାପ, ସଂକ୍ରମିତ ରୋଗ କିଛି ହେବ । ମାତ୍ର ଚିନ୍ତା କରୁଥିବା ଏବଂ ଚେଷ୍ଟା କରୁଥିବା କାର୍ଯ୍ୟ ହାସଲ ହେବ । ନିଜର ରକ୍ତଦାନ କରନ୍ତୁ କଲ୍ୟାଣ ହେବ ।

କୁମ୍ଭ : ଦିନଟି ଶୁଭରେ କଟିବ । ଆଶାଜନକ ସମସ୍ତ ପରିବେଶ ପରିସ୍ଥିତି ରହିବ । ଚେଷ୍ଟା ଅନୁଯାୟୀ ଫଳ ମିଳିବ । କିଛି ଚାଉଳ ପାରାଙ୍କୁ ଦିଅନ୍ତୁ ଅଟକିଥିବା କାମ ପୂରଣ ହେବ ।

ମୀନ : ପାରିବାରିକ ପରିବେଶରେ ଖୁସି ମିଳିବ । ପିଲାଙ୍କର ଚାକିରିର ସୁଯୋଗ ଆସିବ । କର୍ମ କ୍ଷେତ୍ରରେ ସୁଧାର ଆସିବ । କୌଣସି ପ୍ରକାର ସହାୟତା ମିଳିବ । ଚାକିରି ବ୍ୟବସାୟରେ ଦାୟିତ୍ୱ ବୃଦ୍ଧି ହେବ । ପାରିବାରିକ ଏବଂ ବ୍ୟବସାୟିକ ସମ୍ପର୍କରେ ବୃଦ୍ଧି ଘଟିବ ।

Get real time updates directly on you device, subscribe now.