fbpx

ରାଶିଫଳ(ଶନିବାର,୨୮ ମେ,୨୦୨୨)

ମେଷ– ଶୁଭଖବର ପାଇ ମନ ଖୁସି ହେବ ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଓ ସୁନାମ ଅର୍ଜନ କରିବେ । ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ ।

ବୃଷ – ଶିଳ୍ପବାଣିଜ୍ୟ ଓ ପରିବହନ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବା ଯୋଗେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ ।

ମିଥୁନ – ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ା କାମରୁ ପ୍ରଶଂସିତ ହେବେ । ପାରିବାରିକ ପରିସ୍ଥିତି ଯୋଗୁ ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ବିଦ୍ୟାରେ ଉନ୍ନତି କରିବେ ।

କର୍କଟ – ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ । ପରିବାରରେ ଉତ୍ତମ ଯୋଜନାବଦ୍ଧ ହେବା ଫଳରେ ଆର୍ôଥକ କ୍ଷେତ୍ରରେ ଉନ୍ନତିହେବ ।

ସିଂହ -ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ।

କନ୍ୟା – ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ । ଶରୀର ସୁସ୍ଥ ରହିବ । ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ ।

ତୁଳା – ଶତୃମାନେ ତଳମୁହାଁ ହେବେ । ଘରୋଇ ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ ।

ବିଛା -ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ରାଜନୀତି ସ୍ତରରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ ।

ଧନୁ – ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ ।

ମକର – ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପୁରାତନ ରୋଗରୁ ମୁକ୍ତି ମିଳିବ । ବ୍ୟବସାୟୀ ମାନଙ୍କର କାରବାର ବୃଦ୍ଧି ହେବା ଫଳରେ ଆର୍ôଥକସ୍ଥିତି ସୁଧୁରି ଯାଇ ମନରେଥିବା କାମନା ପୂର୍ଣ୍ଣ ହେବ । ନୂଆ ଜ୍ଞାନର ବୃଦ୍ଧି ହେବ ।

କୁମ୍ଭ – ଶୁଭ ସମାଚାର ମିଳିପାରେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ । ସନ୍ତାନଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ ।

ମୀନ – ସାମ୍ବାଦିକମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ୱାରା କାର୍ଯ୍ୟ ହାସଲ କରିବେ ।

Get real time updates directly on you device, subscribe now.