fbpx

ରାଶିଫଳ(ଶନିବାର,୦୪ ମାର୍ଚ୍ଚ,୨୦୨୩)

ମେଷ : ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରାଇବ । ଭ୍ରମଣର ଯୋଗ ରହିଛି । ମହିଳାମାନଙ୍କର କାର୍ଯ୍ୟ ପ୍ରଶଂସନୀୟ ହେବ । ବାଣିଜ୍ୟ, ବ୍ୟବସାୟରେ କେତେକ ସମସ୍ୟା ଦେଖା ଦେଇପାରେ । ପ୍ରତିକାର-ସାତୋଟି ଲବଙ୍ଗ ପାଖରେ ରଖନ୍ତୁ ।

ବୃଷ : ପାରିବାରିକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ । ଯାତ୍ରା, ବାଣିଜ୍ୟ, ପ୍ରଶାସନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ବହୁତ ଭଲ ରହିବ । ପ୍ରତିକାର-କୌଣସି ଅସହାୟ ବ୍ୟକ୍ତିକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ ।

ମିଥୁନ : ଅପ୍ରୀୟସତ୍ୟ ଭାଷଣ ଜନିତ ବନ୍ଧୁଙ୍କ ସହ କଳହର ସୂଚନା ରହିଛ । ପରିବାରର ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ମଧ୍ୟ ବୃଦ୍ଧି ପାଇପାରେ । ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି । ପ୍ରତିକାର-ଶିବଙ୍କୁ କର୍ପୂରର ଆଳତୀ କରନ୍ତୁ ଆଳତୀର କଳାକୁ ମୁଣ୍ଡରେ ମାରନ୍ତୁ ।

କର୍କଟ : ଆର୍ôଥକ ଅଭିବୃଦ୍ଧି ସହ ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ମିଳିବ । ଅଫିସ୍ କାମରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ । ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ । ପ୍ରତିକାର-ଗଣେଶଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ଥର ଜପ କରନ୍ତୁ ।

ସିଂହ : ସ୍ଥଗିତ କାମକୁ ଅତିଶୀଘ୍ର ସମ୍ପନ୍ନ କରିବା ଦିଗରେ ଚେଷ୍ଟା କରି ସଫଳ ହେବେ ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାରର କୌଶଳ କରିବାକୁ ପଡ଼ିବ । କୌଣସି କଥାରେ ତରବର ହୋଇ କାମ କରନ୍ତୁ ନାହିଁ । ପ୍ରତିକାର-ଓମ୍ ନମଃ ଭଗବତେ ଶ୍ରୀ ସୂର୍ଯ୍ୟ ନାରାୟଣାୟ ଏହି ମନ୍ତ୍ରକୁ ଦଶଥର ଜପ କରନ୍ତୁ ।

କନ୍ୟା : ଆଜି ମନରେ ଭାବପ୍ରବଣତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରର ଆଶଙ୍କା ଉଦ୍ରେକ କରିବ । ସାମାଜିକ ସ୍ତରରେ କାମ କରି ସମାଲୋଚିତ ହୋଇ ପାରନ୍ତି । ପ୍ରତିକାର-ବୁଲା କୁକୁରକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ ।

ତୁଳା : ପାରିବାରିକ ଜୀବନରେ ସମସ୍ୟା ଦେଖା ଦେଇପାରେ । ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ ମାଲିମକଦ୍ଦମାରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ପ୍ରତିକାର-ମା’ ଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ ।

ବିଛା : ପାରିବାରିକ ଜୀବନ ଓ କର୍ମକ୍ଷେତ୍ରରେ ଶୁଭ ଫଳ ମିଳିବ । ଯାତ୍ରାରେ ସଫଳତା ହାସଲ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ପ୍ରତିକାର-ହନୁମାନଙ୍କୁ ଦର୍ଶନ କରନ୍ତୁ, ତାଙ୍କ ସିନ୍ଦୂର ମଥାରେ ଲଗାନ୍ତୁ ।

ଧନୁ : ସଭା ସମିତି କିମ୍ବା ପାରିବାରିକ କ୍ଷେତ୍ରର ଦ୍ୱନ୍ଦ୍ୱ ଉପୁଜିପାରେ । ଚେଷ୍ଟା କରୁଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ବାକି ପଡିଥିବା ଟଙ୍କା ଆଦାୟ ପାଇଁ ଅନୁକୂଳ ସୁଯୋଗ ସୃଷ୍ଟି ହେବ । ପ୍ରତିକାର- ପିତାମାତାଙ୍କ ପାଦ ସ୍ପର୍ଶ କରି ପ୍ରଣାମ କରନ୍ତୁ ।

ମକର : ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍ ଭାବରେ ହେବା କଷ୍ଟକର ହେବ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରତିକାର-ଶିବଙ୍କ ପାଖରେ ପାଞ୍ଚୋଟି ତ୍ରୀଶାଖା ବେଲପତ୍ର ମହାମୃତ୍ୟୁଞ୍ଜୟ ମନ୍ତ୍ରରେ ପ୍ରଦାନ କରନ୍ତୁ ।

କୁମ୍ଭ : ଆଜି ସକାଳୁ ସକାଳୁ ଦେବ ଦର୍ଶନ ସକାଶେ ମନ ବଳାଇପାରନ୍ତି । ଖାଦ୍ୟ ପେୟର ଅନିୟମିତତା ଯୋଗୁ ଶରୀର ଅସୁସ୍ଥ ହୋଇପାରେ । ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି । ପ୍ରତିକାର-ଗାଈକୁ ଦୁବଘାସ ଖାଇବାକୁ ଦିଅନ୍ତୁ ।

ମୀନ : ପାରିବାରିକ କ୍ଷେତ୍ରରେ ସମସ୍ୟା ଦେଖା ଦେଇପାରେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଯାନବାହନ ଚଳାଇବାବେଳେ ଆଜି ସତର୍କତା ଅବଲମ୍ବନ କରନ୍ତୁ । ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ପ୍ରତିକାର-ଅଶ୍ୱତ୍ଥ ବୃକ୍ଷ ମୂଳରେ ରାଶି ତେଲର ଦୀପ ଟିଏ ପ୍ରଦାନ କରନ୍ତୁ ।

Get real time updates directly on you device, subscribe now.