fbpx

ରାଶିଫଳ(ରବିବାର,୧୯ ଫେବୃଆରୀ,୨୦୨୩)

ମେଷ – ଆଜି ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।
ପ୍ରତିକାର-ଦରିଦ୍ର, ଅସହାୟ ବ୍ୟକ୍ତିଙ୍କୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।
ବୃଷ – ଆଜି କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି।  ପରିବାରରୁ ଭାଇ ଓ ଭଉଣୀ ମାନଙ୍କର ସାହାଯ୍ୟ ଏବଂ  ସହଯୋଗ ପାଇବେ।
ପ୍ରତିକାର– ବୁଲା କୁକୁରକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।
 ମିଥୁନ – ଆଜି ଆୟ ତୁଳନାରେ ବ୍ୟୟ ଅଧିକ ବଢିଯିବ।  ହେଲେ  ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ଅନ୍ୟ ମନସ୍କ ହେତୁ କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ।
ପ୍ରତିକାର-ଗୁଡ଼ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।
କର୍କଟ – ଆଜି କର୍ମରେ ଉନ୍ନତି ଓ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆକସ୍ମିକ ଧନଲାଭ ଓ କୌଣସି  ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀମାନେ  ପଢାପଢିରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।
ପ୍ରତିକାର– ଗଣେଶ ପାଖରେ କର୍ପୁର ଆଳତୀ କରି ଆଳତୀର କଳାକୁ ମୁଣ୍ଡରେ ମାରନ୍ତୁ।
 ସିଂହ – ଆଜି ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍‌ ରହିବ । ବକେୟା ପ୍ରାପ୍ୟ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
ପ୍ରତିକାର– ନାରାୟଣଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ।
କନ୍ୟା – ଆଜି ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ମାନେ  କର୍ମରେ ପ୍ରଶଂସିତ ହେବେ।ମହିଳାମାନେ ବିଷାଦଗ୍ରସ୍ତ ହେବେ ।
ପ୍ରତିକାର– ଶିବଙ୍କ ପାଖରେ ଘୃତ ଦୀପଟିଏ ଜାଳନ୍ତୁ।
 ତୁଳା – ଆଜି ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ବୃଦ୍ଧି ଘଟିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ପାରିବାରିକ ଜୀବନ ସୁଖମୟ ହେବ।
ପ୍ରତିକାର– ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ।
 ବିଛା – ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦର ସମ୍ମୁଖୀନ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ଲାଭବାନ ହେବେ।ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ ।
ପ୍ରତିକାର-ହନୁମାନଙ୍କ ସିନ୍ଦୂର ମଥାରେ ଲଗାନ୍ତୁ, ହନୁମାନ ଚାଳିଶା ପାଠ କରନ୍ତୁ।
ଧନୁ – ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ବୃଦ୍ଧି ଘଟିବ । କର୍ମସ୍ଥାନରେ ସହକର୍ମୀଙ୍କ ସହାୟତାରେ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ପରିବାରରେ ଅଶାନ୍ତି ମନୋମାଳିନ ଦେଖାଦେଇପାରେ ‌। ମହିଳାମାନେ କାର୍ଯ୍ୟ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ ହେବ ।
ପ୍ରତିକାର-ହଳଦୀ ରଙ୍ଗର ରୁମାଲ ବ୍ୟବହାର କରନ୍ତୁ।
ମକର – ଆଜି ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତି ମିଳିବାର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।
ପ୍ରତିକାର- ମା ଲକ୍ଷ୍ମୀଙ୍କ ଦଶ ନାମକୁ ଜପ କରନ୍ତୁ।
କୁମ୍ଭ – ଆଜି ଅର୍ଥ ପ୍ରାପ୍ତିର ଯୋଗ ରହିଛି, ବାଣିଜ୍ୟ ଓ ବ୍ୟବସାୟରେ ସଫଳତା ମିଳିବ। ଶରୀର ସୁସ୍ଥ ରହିବ  । କୋୖଣସି ଅନୁଷ୍ଠାନ ତରଫରୁ ସମ୍ମାନଜନକ ବସ୍ତ୍ର ପରିଧାନ ପ୍ରାପ୍ତିର ଯୋଗ ରହିଛି ‌। ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।
ପ୍ରତିକାର-ମା କାଳୀଙ୍କୁ ଦର୍ଶନ କରିବା ସହିତ ରାଶି ତେଲର ଦୀପଟିଏ ଜାଳନ୍ତୁ।
ମୀନ – ଆଜି ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ସନ୍ତାନ ସନ୍ତତିମାନଙ୍କ  କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।
ପ୍ରତିକାର-କିଛି ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ।

Get real time updates directly on you device, subscribe now.