fbpx

ରାଶିଫଳ (ରବିବାର , ୨୦ ଜୁନ, ୨୦୨୧)

ମେଷ : ଆତ୍ମନିର୍ଭରତାକୁ ମୂଳ ମନ୍ତ୍ର କରିଚାଲନ୍ତୁ । ଘର କିମ୍ବା ବନ୍ଧୁଙ୍କ ବିଷୟରେ ଆପଣ ନିଷ୍ପତ୍ତି ନେବା ଉଚିତ୍ ହେବ । ନିଜର ମନର କଥା ନିଶ୍ଚୟ ଶୁଣନ୍ତୁ । ଏବଂ ନିଜ କର୍ତ୍ତବ୍ୟ ସଠିକ୍ ରୂପେ ସମ୍ପାଦନ କରନ୍ତୁ ସମସ୍ୟାର ସମାଧାନ ଆପେ ହୋଇଯିବ ।

ବୃଷ : ଉଚ୍ଚପଦସ୍ଥ ଅଧିକାରୀମାନଙ୍କ ସହ କୌଣସି ପ୍ରକାର ମନୋମାଳିନ୍ୟରୁ ଦୂରେଇ ରୁହନ୍ତୁ । ବିଶେଷକରି ଯେତେବେଳେ ଆପଣଙ୍କୁ ତାଙ୍କଠାରୁ କୌଣସି କାମର ସ୍ୱୀକୃତିର ଆବଶ୍ୟକତା ରହିଛି ।

ମିଥୁନ : ଆଜି ଘରକାର୍ଯ୍ୟରେ ବ୍ୟସ୍ତ ରହିବେ । ହଠାତ୍ ବନ୍ଧୁ ଆପଣଙ୍କୁ ଘରକୁ ସାକ୍ଷାତ କରିବାପାଇଁ ଆସି ପାରନ୍ତି । ତାଙ୍କ ସାଥିରେ ଖୁସି ମଉଜ କରନ୍ତୁ । କିନ୍ତୁ ନିଜ କାର୍ଯ୍ୟ ପ୍ରତି ମଧ୍ୟ ଧ୍ୟାନ ଦିଅନ୍ତୁ ।

କର୍କଟ : ଘରକୁ ବିଦେଶରୁ ଅତିଥି ଆସିବାର ସମ୍ଭାବନା ରହିଛି । ଏହା ଦ୍ୱାରା ଆପଣଙ୍କ ଘରେ ଆନନ୍ଦର ପରିବେଶ ରହିବ । କାର୍ଯ୍ୟରେ ବ୍ୟସ୍ତ ରହିଲେ ମଧ୍ୟ ସମୟ ବାହାରକରି ସେମାନଙ୍କ ସହ ଆନନ୍ଦିତ ହୁଅନ୍ତୁ ।

ସିଂହ : କାର୍ଯ୍ୟ ବୋଧ ବଢ଼ି ଯାଇଥିବା ଭଳି ଅନୁଭବ କରିବେ । ଏହି ଚିନ୍ତା ଘର ଏବଂ କାର୍ଯ୍ୟ ସହ ସମ୍ବନ୍ଧିତ ହୋଇଥାଇପାରେ । ଶାନ୍ତ ରହି ନିଜର କାର୍ଯ୍ୟ ସମ୍ପାଦନ କରନ୍ତୁ । ସମସ୍ୟାର ସମାଧାନ ଖୁବ୍ ଶୀଘ୍ର ହୋଇଯିବ ।

କନ୍ୟା : ନିଜର ତୀକ୍ଷ୍ଣ ବୁଦ୍ଧି ଯୋଗୁଁ ଆପଣ ଯେକୌଣସି ସମସ୍ୟାର ସମାଧାନ କରିଦେବେ ଯାହା ବହୁତ ସମୟ ଧରି ଆପଣଙ୍କୁ ହଇରାଣ କରୁଥିଲା । ଆଜି ଆପଣଙ୍କ ବୌଦ୍ଧିକ କ୍ଷମତା ଓ ଯୋଗ୍ୟତା ଚରମ ସୀମାରେ ଉପନୀତ ହେବ ।

ତୁଳା : ଜୀବନରେ ଘଟୁଥିବା ଯୁକ୍ତି ଏବଂ ଚିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚେଷ୍ଟା କରନ୍ତୁ । ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।

ବିଛା : ଘରେ ସୁଖଶାନ୍ତିରେ ଆଶା କରି ପାରନ୍ତି । ଘରେ ଅତିଥି ମାନଙ୍କର ବହୁତ ଭଲଭାବେ ଚର୍ଚ୍ଚା ହେବ ଏବଂ ଆପଣ ସେମାନଙ୍କ ସହ ଭଲ ସମୟ ଅତିବାହିତ କରିବେ । ଏହିଭଳି ସାମାଜିକ ସମାରୋହରେ ଭାଗ ନିଅନ୍ତୁ ।

ଧନୁ : କୌଣସି ଅସୁବିଧାରେ ପଡ଼ିବା ଆଗରୁ ନିଜକୁ ଦୂରେଇ ରଖନ୍ତୁ । ଜୀବନପ୍ରତି ସକାରାତ୍ମକ ଚିନ୍ତା ଧାରା ଏହି ସମୟରେ ଆବଶ୍ୟକ ଅଛି । ଆପଣ ନିଶ୍ଚୟ ନିଜର ଅଟଳ ବିଶ୍ୱାସ ଏବଂ ବୁଦ୍ଧିମତ୍ତା ଯୋଗୁଁ ସବୁ ସମସ୍ୟାର ସମାଧାନ କରିପାରିବେ ।

ମକର : ଆଇନଗତ ସମସ୍ୟାରୁ ଆପଣ ଯେମିତିବି ହେଉ ମୁକ୍ତି ପାଇଯିବେ । କୌଣସି କଳିରେ ସମ୍ପୃକ୍ତ ହେବାର ସଙ୍କେତ ଅଛି । ଯଥା ସମ୍ଭବ ଏଥିରି ନିବୃତ୍ତ ରହିବାକୁ ଚେଷ୍ଟା କରନ୍ତୁ । ଯଦି ସମ୍ଭବ ହୁଏ ଏହି ଗମ୍ଭୀର ସମସ୍ୟାକୁ ଶାନ୍ତିପୂର୍ବକ ସମାଧାନ କରିବାକୁ ଚେଷ୍ଟା କରନ୍ତୁ ।

କୁମ୍ଭ : ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ । କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।

ମୀନ : ଆପଣ ସେହି ବ୍ୟକ୍ତି ଉପରେ ହତାଶ ଅନୁଭବ କରୁଛନ୍ତି ଯେଉଁ ମାନେ ଆପଣଙ୍କୁ ନିରାଶ କରିଛନ୍ତି । ଆପଣଙ୍କୁ ଏମିତି ଲାଗିବ । ଲୋକମାନେ ଦେଇଥିବା କଥା ଅନୁସାରେ କାମ କରୁନାହାନ୍ତି । ମୁଣ୍ଡକୁ ଶାନ୍ତ ରଖିବାକୁ ହେବ ।

Get real time updates directly on you device, subscribe now.