fbpx

ରାଶିଫଳ(ଗୁରୁବାର,୧୬ ଫେବୃଆରୀ,୨୦୨୩)

Advertisement

ମେଷ – ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।  ପୂର୍ବ ପରିଚିତ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ସମସ୍ୟା ମନକୁ ଭାରାକ୍ରାନ୍ତ କରିଦେବ।  ମହିଳାମାନଙ୍କ ସାହାସ ଧୈର୍ଯ୍ୟ ସେମାନଙ୍କୁ ବିପଦ ମୁକ୍ତ କରାଇବ।
ପ୍ରତିକାର– ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ବୃଷ – ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି। ପଡୋଶୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି।
ପ୍ରତିକାର– କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ – ଆଜି ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଅସମ୍ପୂର୍ଣ୍ଣ କାର୍ଯ୍ୟ ଗୁଡ଼ିକୁ ସମ୍ପୁର୍ଣ୍ଣ କରିବେ। ବହୁ ପ୍ରତୀକ୍ଷିତ ଖବରଟି ଆଜି  ପାଇପାରନ୍ତି। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। କର୍ମକ୍ଷେତ୍ରରେ ସୁବିଧାରେ କାମ ହାସଲ କରିବେ ।
ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କର୍କଟ – ଆଜି ଭାବପ୍ରବଣତାବଶତଃ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ମରିଚିକା ପଛରେ ଦୌଡି ପରିଶେଷରେ ଅନୁତାପ କରିପାରନ୍ତି। ବନ୍ଧୁଗହଣରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିଭିନ୍ନ ପ୍ରକାରର ଆଶା ଓ ଆଶଙ୍କାରେ ବ୍ୟବସାୟକୁ ଆଗକୁ ବଢ଼ିବାରେ ସକ୍ଷମ ହେବେ ।
ପ୍ରତିକାର-ମିଠାଦହି ଖାଇ ଘରୁ ବାହାରନ୍ତୁ ।
ସିଂହ – ଆଜି ନିକଟ ଅତୀତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବାପାଇଁ ପଡୋଶୀଙ୍କ ସାହାଯ୍ୟ ଆବଶ୍ୟ ମନେ କରିବେ। କର୍ମକ୍ଷେତ୍ରରେ ଅଯଥା ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା କାରଣରୁ ବ୍ୟସ୍ତ ରହିପାରନ୍ତି।
ପ୍ରତିକାର- ପଞ୍ଚାମୃତ ପାନକରି ଘରୁ ବାହାରନ୍ତୁ ।
କନ୍ୟା – ଆଜି ପାରିବାରିକ ସମ୍ପର୍କ ଭିତରେ ଅସନ୍ତୁଷ୍ଟ ହୋଇ  ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। କର୍ମକ୍ଷେତ୍ରରେ ଶେଷ ସମୟରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ଅପରାହ୍ନରେ ପୁରାତନ ଦର୍ଶନର ଯୋଗ ରହିଛି।  ସାହିତ୍ୟ,କଳା, କ୍ଷେତ୍ରରେ ପ୍ରଶଂସିତ ହେବେ।
ପ୍ରତିକାର- ଅଶ୍ୱତ୍ଥ ବୃକ୍ଷ ପାଖରେ ରାଶି ତେଲର ଦୀପଟିଏ ଜାଳନ୍ତୁ ।
ତୁଳା – ଆଜି ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ମାନ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ।  ଯାତ୍ରା ସମୟରେ  ସତର୍କତା ଅବଲମ୍ବନ କରନ୍ତୁ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ।
ପ୍ରତିକାର- ପିତା ମାତାଙ୍କ ପାଦ ସ୍ପର୍ଶ କରି ପ୍ରଣାମ କରନ୍ତୁ ।
ବିଛା – ଆଜି ସାଧାରଣ କଥାକୁ କେନ୍ଦ୍ରକରି  ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସଭାସମିତିରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇପାରିବ। ପାରିବାରିିକ ସମସ୍ୟାର ସରଳ ସମାଧାନ କରିବାରେ ପଡୋଶୀଙ୍କ ଅବଦାନ ସ୍ମରଣୀୟ ରହିବ। ଗତକାଲି ଠାରୁ ଭାବୁଥିବା କାମଟିକୁ ଆଜିହିଁ ଶେଷ କରିପାରିବେ।
ପ୍ରତିକାର- ହନୁମାନ ଚାଳିଶା ପାଠକରି ଘରୁ ବାହାରନ୍ତୁ ।
ଧନୁ – ଆଜି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ।   ପ୍ରିୟଜନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତିତ ହେବାକୁ ପଡିବ। ଘରେ ଭୁଲ୍‌ ବୁଝାମଣା ହେତୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। ଆଜିର  ଯାତ୍ରାରେ ସଫଳତା ମିଳିବ। ବିବାଦୀୟ ପରିସ୍ଥିତିରେ ଘଟଣାର ଗୁରୁତ୍ୱ ନବୁଝି ଅଯଥା କ୍ରୋଧ ପ୍ରକାଶ କରିପାରନ୍ତି।
ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମକର – ଆଜି ବନ୍ଧୁଙ୍କ ଆନ୍ତରିକତାର ପରାମର୍ଶକୁ ନିର୍ବିବାଦରେ ଗହଣ କରିନେଲେ ବିଭିନ୍ନ ଦିଗରୁ ଉପକୃତ ହୋଇପାରିବେ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ଅଧିକାରୀ ଆପଣଙ୍କୁ ସାହାଯ୍ୟ କରିବେ। ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତି ନେଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରି ସମସ୍ୟା ସମାଧାନ କରିପାରିବେ।
ପ୍ରତିକାର-ଗଣେଶଙ୍କୁ କର୍ପୂର ଆଳତୀ କରି ପ୍ରଣାମ କରନ୍ତୁ ।
କୁମ୍ଭ – ଆଜି ସରଳ ଭାବରେ କୌଣସି କଥାକୁ ଗ୍ରହଣ ନ କରି ପରୀକ୍ଷା କରି କାମରେ ଲଗାଇଲେ ଉପକୃତ ହୋଇପାରିବେ। ଅଫିସରେ ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ଅବଶ୍ୟ ସଫଳତା ହାସଲ କରିବେ। ଜମିଜମା ବ୍ୟବସାୟରେ ଉନ୍ନତି କରିବା ସହ ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ।
ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ମୀନ – ଆଜି ଆପଣ ନିଜଲକ୍ଷ୍ୟ ପଥରେ ଯାତ୍ରା କରିବେ ।ଜଣେ ଅଜଣାବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। କୈାଣସି କ୍ଷେତ୍ର୍ରରେ ଆଜି ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ।   ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପାରିବାରିକ ଅଶାନ୍ତି ଦୂର ହୋଇଯିବ।
ପ୍ରତିକାର- ସାତଟି ଲାଲ୍ ମନ୍ଦାର ଫୁଲ ମା ପାର୍ବତୀଙ୍କୁ ଚଢାନ୍ତୁ ।

Get real time updates directly on you device, subscribe now.