fbpx

ରାଶିଫଳ(ଗୁରୁବାର,୦୨ ମାର୍ଚ୍ଚ,୨୦୨୩)

ମେଷ: ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହେବେ ।

ବୃଷ: ମାନସିକ ଅସ୍ଥିରତା ସଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ । କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବ ନାହିଁ ।

ମିଥୁନ: ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଆର୍ôଥକ ସମସ୍ୟାର ସମାଧାନ ହେବ । ଗତକାଲି ଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭ ଫଳ ମିଳିବ । ସାମ୍ବାଦିକତା ଓ ପ୍ରଶାସନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।

କର୍କଟ: ଆପଣ ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ । ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ । ବନ୍ଧୁ ଦର୍ଶନର ସୁଯୋଗ ଅଛି । ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ।

ସିଂହ: ଆଜି ବିଳମ୍ବିତ ହେଲେ ମଧ୍ୟ ସମସ୍ତ କାର୍ଯ୍ୟ ସାଧିତ ହେବ । ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ବ୍ୟବସାୟ କିମ୍ବା ପରିବହନରେ ଲାଭବାନ ହେବେ ।

କନ୍ୟା: ଆଜି ପ୍ରତ୍ୟେକ ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନରମ କଥା ଓ କିଛିଟା ଅର୍ଥବ୍ୟୟ ସାହାଯ୍ୟ କରିବ । ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗରେ ମନୋନିବେଶ କରିବେ । ସାହିତ୍ୟ ଓ ସଭା ସମିତିରେ ମୁଖ୍ୟ ଭୂମିକା ଗ୍ରହଣ କରି ପାରନ୍ତି ।

ତୁଳା: ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ । ବହୁଦିନରୁ ଅଟକି ରହିଥିବା କାର୍ଯ୍ୟ ପୁନର୍ବାର ଆରମ୍ଭ କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ । କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ । ମହିଳାମାନେ ଆନନ୍ଦ ଉଲ୍ଲାସରେ ଦିନଟିକୁ କାଟିବେ ।

ବିଛା: ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ । ଯେକୌଣସିମତେ ଅର୍ଥ ରୋଜଗାର ହେବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଦିନ ଶୁଭ ପ୍ରଦ ହେବ । କ୍ରୀଡ଼ା କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିବେ । ମହିଳାମାନେ ଗୃହ କର୍ମରେ ପ୍ରଶଂସନୀୟା ହେବେ । ଯେଉଁମାନଙ୍କ ନୂଆ ନୂଆ ବିବାହ ହୋଇଛି, ସେମାନେ ନିଜର ସାଥିଙ୍କ ଠାରୁ ବହୁତ ଖୁସି ପାଇବେ । କହିବାକୁ ଗଲେ ଦାମ୍ପତ୍ୟ ଜୀବନରେ ସୁଖମୟ ପରିସ୍ଥିତି ରହିବ ।

ଧନୁ: ଆଜି ଦୂର ଯାତ୍ରା କରିବାର ସୁଯୋଗ ପାଇପାରିବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ । ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ୱୀକାର କରିହେବନି । ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ ରହିବ । କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ । ସଙ୍ଗୀତ ଇତ୍ୟାଦି ରଚନାତ୍ମକ କାର୍ଯ୍ୟରେ ରୁଚି ବଢିବ ।

ମକର: ଆଜି ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିବେ । କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି । ପୁରାତନ ରୋଗର ଉପଶମ ହେବ । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନପାରେ । ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ଦେଖାଦେଇପାରେ । ସତର୍କତା ଅବଲମ୍ବନ କରନ୍ତୁ ।

କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ । କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ କରିବେ । ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ । ପାଖ ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । କିଛି ପରିବାରର ସଦସ୍ୟମାନଙ୍କୁ ଅଳ୍ପ ଅସୁବିଧାର ସାମ୍ନା କରିବାକୁ ପଡିପାରେ ।

ମୀନ: ଆଜି ଦିନଟି ଆପଣଙ୍କ ପାଇଁ ଲାଭ ପ୍ରଦ ହେବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ । ବିଦ୍ୟାର୍ଥୀମାନେ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ । ଅବହେଳା ଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ ।

Get real time updates directly on you device, subscribe now.