fbpx

ରାଶିଫଳ(ଗୁରୁବାର,୩୦ ମାର୍ଚ୍ଚ,୨୦୨୩)

ମେଷ: ଶୁଭଖବର ପାଇ ମନ ଖୁସି ହେବ । ସହକର୍ମୀମାନଙ୍କର ସମର୍ଥନ ଏବଂ ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଓ ସୁନାମ ଅର୍ଜନ କରିବେ । ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ । ରାଜନୈତିକ କ୍ଷେତ୍ରରେ ଶତୃମାନେ ମିତ୍ରତାର ହାତ ବଢେଇବେ ।

ବୃଷ: ଶିଳ୍ପବାଣିଜ୍ୟ ଓ ପରିବହନ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବମାନେ ଆର୍ôଥକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବା ଯୋଗେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ ।

ମିଥୁନ: ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ା କାମରୁ ପ୍ରଶଂସିତ ହେବେ । ପାରିବାରିକ ପରିସ୍ଥିତି ଯୋଗୁ ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ବିଦ୍ୟାରେ ଉନ୍ନତି କରିବେ । ସ୍ୱାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ । ଆର୍ôଥକସ୍ଥିତି ଭଲ ରହିବ ।

କର୍କଟ: ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ । ପରିବାରରେ ଉତ୍ତମ ଯୋଜନାବଦ୍ଧ ହେବା ଫଳରେ ଆର୍ôଥକ କ୍ଷେତ୍ରରେ ଉନ୍ନତି ହେବ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇ ଦେବ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ ।

ସିଂହ: ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ôଥକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ ।

କନ୍ୟା: ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଶରୀର ସୁସ୍ଥ ରହିବ । ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ସହ ଆର୍ôଥକ ସ୍ଥିତିରେ ବୃଦ୍ଧି ହେବ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । କର୍ମକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ ।

ତୁଳା: ଶତୃମାନେ ତଳମୁହାଁ ହେବେ । ଘରୋଇ ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । ମାଲିମକଦ୍ଦମାରେ ବିଜୟଲାଭ ହେବ ।

ବିଛା: ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ରାଜନୀତି ସ୍ତରରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ । ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ଅଚାନକ ଧନପ୍ରାପ୍ତି, ଭାଇ ବନ୍ଧୁ ମିତ୍ରମାନ ଙ୍କର ସାହାଯ୍ୟ ସହଯୋଗ ପାଇବେ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ ।

ଧନୁ: ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । କର୍ମ କ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ଜରୁରୀ ।

ମକର: ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପୁରାତନ ରୋଗରୁ ମୁକ୍ତି ମିଳିବ । ବ୍ୟବସାୟୀମାନଙ୍କର କାରବାର ବୃଦ୍ଧି ହେବା ଫଳରେ ଆର୍ôଥକ ସ୍ଥିତି ସୁଧୁରି ଯାଇ ମନରେ ଥିବା କାମନା ପୂର୍ଣ୍ଣ ହେବ । ନୂଆ ଜ୍ଞାନର ବୃଦ୍ଧି ହେବ । ରାଜନୀତିରେ ଉନ୍ନତି ହେବା ସହ ଯଶ ପ୍ରତିଷ୍ଠା ମିଳିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ ।

କୁମ୍ଭ: ଶୁଭ ସମାଚାର ମିଳିପାରେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ । ସନ୍ତାନଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ଅଧୁରା କାର୍ଯ୍ୟ ପୂରଣ ହେବ । ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ ।

ମୀନ: ସାମ୍ବାଦିକମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ୱାରା କାର୍ଯ୍ୟ ହାସଲ କରିବେ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ ।

Get real time updates directly on you device, subscribe now.