fbpx

ରାଶିଫଳ(ମଙ୍ଗଳବାର,୦୨ ଅଗଷ୍ଟ,୨୦୨୨)

ମେଷ – ଘରୋଇ ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନହେବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ । ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସମସ୍ୟା ସମାଧାନ ହୋଇ ଉନ୍ନତି ସହ ଶାନ୍ତି ଉପୁଜିବ ।

ବୃଷ – ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ ।

ମିଥୁନ – ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ପାରିବାରିକ ସମସ୍ୟାକୁ ସମାଧାନ କରି ପରିବାରରେ ପ୍ରୀତିଭାଜନ ହେବେ ।

କର୍କଟ – ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ହସଖୁସିରେ ସମୟ ବିତାଇବେ ।

ସିଂହ – ଦୂରଯାତ୍ରା କରିବା ଦ୍ୱାରା ବହୁତ ଲାଭ ମିଳିବ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ôଥକ ଗତିବିଧିରେ ବ୍ୟସ୍ତ ରହିବେ । ହଠାତ୍ ମତ ପରିବର୍ତ୍ତନ କରି ସମସ୍ତଙ୍କୁ ଚକିତ କରି ଦେବେ । ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ ।

କନ୍ୟା – ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଦୀର୍ଘଦିନର ଆଶା ପୂରଣ ହେବା ଫଳରେ ପ୍ରଶଂସିତ ହେବେ । ବନ୍ଧୁ ବାନ୍ଧବଙ୍କଦ୍ୱାରା ଅନେକ କାର୍ଯ୍ୟ ହାସଲ କରିବେ ।

ତୁଳା – କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ, ଆୟ ବୃଦ୍ଧି ହୋଇ ଆର୍ôଥକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହେବ ।

ବିଛା– ଶତୃମାନେ ମିତ୍ରଭାବ ଆଚରଣ କରିବେ, ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ପ୍ରଶଂସା ପାଇବେ, ରାଜନୀତିରେ ସଫଳତା ମିଳିବ ।

ଧନୁ – ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ, ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ, ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ôଥକ କ୍ଷେତ୍ରରେ ପରିବର୍ତ୍ତନ ହେବ, ସେୟାର ବଜାରରେ ଲାଭ ମିଳିବ, ଆତ୍ମବିଶ୍ୱାସ ବୃଦ୍ଧି ପାଇ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ ।

ମକର – ଶତୃମାନେ ମୁଣ୍ଡ ନୂଆଇଁବେ, ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ, ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରିବା ଉଚିତ୍ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ ।

କୁମ୍ଭ – ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ, ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ,ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ ।

ମୀନ – ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବା ସହ ବ୍ୟବସାୟରେ ଭଲ ଲାଭହେବ ଓ ଋଣରୁ ମୁକ୍ତି ମିଳିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ ।

Get real time updates directly on you device, subscribe now.