fbpx

ରାଶିଫଳ(ମଙ୍ଗଳବାର,୩୦ ମେ,୨୦୨୩)

ମେଷ – ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହେବେ।
ପ୍ରତିକାର-ଗାୟତ୍ରୀ ମନ୍ତ୍ରକୁ ୨୭ଥର ଜପ କରନ୍ତୁ ।
ବୃଷ – ମାନସିକ ଅସ୍ଥିରତା ସଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ। ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ। ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। କଥା ଦେଇଥିବା ବନ୍ଧୁ ଠିକ୍‌ ସମୟରେ ସାହାଯ୍ୟ କରିବ ନାହିଁ।
ପ୍ରତିକାର-ଦରିଦ୍ର ଅସହାୟ ବ୍ୟକ୍ତିଙ୍କୁ କିଛି ଖାଦ୍ୟ ପ୍ରଦାନ କରନ୍ତୁ।
ମିଥୁନ – ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ।   ଆର୍ଥିକ ସମସ୍ୟାର ସମାଧାନ ହେବ। ଗତକାଲି ଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭ ଫଳ ମିଳିବ। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।
ପ୍ରତିକାର- କିଛି ଦୁବଘାସ ଗାଈକୁ ଖାଇବାକୁ ଦିଅନ୍ତୁ।
କର୍କଟ – ଆପଣସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ।  ବନ୍ଧୁ ଦର୍ଶନର ସୁଯୋଗ ଅଛି। ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।
ପ୍ରତିକାର- ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ।
ସିଂହ – ଆଜି ବିଳମ୍ବିତ ହେଲେ ମଧ୍ୟ  ସମସ୍ତ କାର୍ଯ୍ୟ ସାଧିତ ହେବ। ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବ୍ୟବସାୟ କିମ୍ବା ପରିବହନରେ ଲାଭବାନ ହେବେ ‌
ପ୍ରତିକାର- ଗୁଡ଼ ପାଣିରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରନ୍ତୁ ‌।
କନ୍ୟା – ଆଜି ପ୍ରତ୍ୟେକ ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନରମ କଥା ଓ କିଛିଟା ଅର୍ଥବ୍ୟୟ ସାହାଯ୍ୟ କରିବ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗରେ ମନୋନିବେଶ କରିବେ।  ସାହିତ୍ୟ ଓ ସଭା ସମିତିରେ ମୁଖ୍ୟ ଭୂମିକା ଗ୍ରହଣ କରି ପାରନ୍ତି।
ପ୍ରତିକାର-ସାତଟି ପାନ ପତ୍ର ଗଣେଶଙ୍କୁ ଚଳାନ୍ତୁ।
ତୁଳା – ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ। ବହୁଦିନରୁ ଅଟକି ରହିଥିବା କାର୍ଯ୍ୟ ପୁନର୍ବାର ଆରମ୍ଭ କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ। କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ। ମହିଳାମାନେ ଆନନ୍ଦ ଉଲ୍ଲାସରେ ଦିନଟିକୁ କାଟିବେ।
ପ୍ରତିକାର-ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ ।
ବିଛା – ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ ‌। ଯେକୌଣସିମତେ  ଅର୍ଥ ରୋଜଗାରର ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଦିନ ଶୁଭ ପ୍ରଦ ହେବ। କ୍ରୀଡା କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିବେ। ମହିଳାମାନେ ଗୃହ କର୍ମରେ ପ୍ରଶଂସନୀୟା ହେବେ।
ପ୍ରତିକାର-ହନୁମାନଙ୍କ ପାଖରେ ରାଶି ତେଲର ଦୀପଟିଏ ଜାଳନ୍ତୁ ।
ଧନୁ – ଆଜି ଦୂର ଯାତ୍ରା କରିବାର ସୁଯୋଗ ପାଇପାରିବେ ।ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ବୀକାର କରିହେବନି। ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ ରହିବ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ।
ପ୍ରତିକାର-ହଳଦୀ ରଙ୍ଗର ଚନ୍ଦନର ଟିକା ମଥାରେ ଲଗାନ୍ତୁ
ମକର – ଆଜି ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିବେ।କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି। ପୁରାତନ ରୋଗର ଉପସମ ହେବ।ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ଦେଖାଦେଇପାରେ।
ପ୍ରତିକାର-ମା କାଳୀଙ୍କ ପାଖରେ ସାତଟି ନୀଳ ଅପରାଜିତା ଫୁଲ ଚଢାନ୍ତୁ।
କୁମ୍ଭ – ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ। କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ  କରିବେ । ଫେରନ୍ତା ବାଟରେ ହଠାତ୍‌ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
ପ୍ରତିକାର-ଅଶ୍ବତ୍ଥ ବୃକ୍ଷ ମୂଳରେ କଞ୍ଚା କ୍ଷୀର କଳାରାଶି ମିଶାଇ ଢାଳନ୍ତୁ
ମୀନ -ଆଜି ଦିନଟି ଆପଣଙ୍କ ପାଇଁ ଲାଭ ପ୍ରଦ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ। ବିଦ୍ୟାର୍ଥିମାନେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ ‌। ଅବହେଳାଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ।
ପ୍ରତିକାର- ପିତା ମାତାଙ୍କ ପାଦ ସ୍ପର୍ଶ କରି କାର୍ଯ୍ୟ କ୍ଷେତ୍ରକୁ ଯାଆନ୍ତୁ।

Get real time updates directly on you device, subscribe now.