କେମିତି ରହିଛି ସୁନା ରୂପା ଦର? ଆଜି ସୁନା କିଣିଲେ ଲାଭରେ ରହିବେ ନା କ୍ଷତି ସହିବେ…
ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୧, ୧୮୦ ଟଙ୍କା ରହିଛି ।
ଓଡ଼ିଶା ଭାସ୍କର: ସ୍ଥିର ରହିଛି ସୁନା-ରୂପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୧, ୧୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୨,୭୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୦୧,୧୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୯୨, ୭୫୦ ଟଙ୍କାକୁ ପହଞ୍ଚିଛି ।
ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୦୧,୧୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୨ ହଜାର ୭୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୦୧,୩୩୦ ଟଙ୍କା ଓ ୨୨ କ୍ୟାରେଟ୍ ୯୨, ୯୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୦୧,୧୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୨ ହଜାର ୭୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୦୧,୧୮୦ ଓ ୯୨ ହଜାର ୭୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୧୬,୧୦୦ ଟଙ୍କା ହୋଇଛି ।
କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘ଈଓଝ ଉବକ୍ସର ବକ୍ଟ୍ରକ୍ଟ୍ର’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।