fbpx

ଶୋଇବାର କେତେ ଘଣ୍ଟା ପୂର୍ବରୁ ପାଣି ପିଇବା ଉଚିତ୍ ? ଜାଣନ୍ତୁ କ’ଣ କହୁଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ

ସୁସ୍ଥ ରହିବା ପାଇଁ ସମସ୍ତଙ୍କୁ ଧ୍ୟାନ ଦେବା ଆବଶ୍ୟକ । ଆବଶ୍ୟକ ପରିମାଣରେ ପାଣି ପିଇବା ନିତାନ୍ତ ଜରୁରୀ । ଶରୀରରେ ପାଣିର ଅଭାବ ହେବା ଦ୍ୱାରା ଅନେକ ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ରୋଗର କାରଣ ପାଲଟିଥାଏ ।

ତେବେ ଶୋଇବା ପୂର୍ବରୁ ପାଣି ପିଇବା ଉଚିତ କି ନୁହେଁ । ତାହା ସଭିଁଙ୍କୁ ହୁଏତ ଜଣାନଥିବ । ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ଏହାକୁ ନେଇ ମତ ମଧ୍ୟ ରହିଛି । ରାତିରେ ଶୋଇବାର ୨ ଘଣ୍ଟା ପୂର୍ବରୁ ଖାଦ୍ୟ ଖାଇବାର କିଛି ସମୟ ପରେ ପାଣି ପିଇବା ଦ୍ୱାରା ଖାଦ୍ୟ ଭଲ ଭାବେ ହଜମ ହୋଇଥାଏ । ଏହାସହ ପେଟ ସହ ଜଡିତ ଅନେକ ସମସ୍ୟା ମଧ୍ୟ ଦୂର ହୋଇଥାଏ ।

ଶୋଇବାର ୧ ଘଣ୍ଟା ପୂର୍ବରୁ ପାଣି ପିଇବା ଦ୍ୱାରା ମାଇଗ୍ରେନ ସହ ମୁଣ୍ଡ ବିନ୍ଧା ସମସ୍ୟା ଦୂର ହୋଇଥାଏ । ରାତିରେ ଶୋଇବା ପୂର୍ବରୁ ଅଧିକ ପରିମାଣରେ ପାଣି ପିଇବା ଦ୍ୱାରା ବାରମ୍ବାର ପରିଶ୍ରା ଲାଗିଥାଏ । ଫଳରେ ନିଦ ବାରମ୍ବାର ଭାଙ୍ଗିଥାଏ । ଭରପୁର ନିଦ ନହେବା ଦ୍ୱାରା ହୃଦୟ ଜନିତ ସମସ୍ୟା ସୃଷ୍ଟି ହୋଇଥାଏ ।

ଏହାସହ ଶୋଇବା ପୂର୍ବରୁ ପାଣି ପିଇବା ଦ୍ୱାରା ଓଜନ ବୃଦ୍ଧି, ଉଚ୍ଚ ରକ୍ତଚାପ, କୋଲେଷ୍ଟେରୋଲ୍ ସମସ୍ୟା ସୃଷ୍ଟି ହୋଇଥାଏ । ରାତିରେ ଶୋଇବାର ୨ ଘଣ୍ଟା ପୂର୍ବରୁ ପାଣି ପିଇବା ଉଚିତ୍ ।

ଏହାସ୍ୱାସ୍ଥ୍ୟ ପାଇଁ ଉପକାରୀ ହେବା ସହ ରକ୍ତ ସଞ୍ଚାଳନ ସଠିକ୍ ଭାବେ ହୋଇଥାଏ । ବଦହଜମି, ଏସିଡିଟି, ବ୍ୟସ୍ତ ବିବ୍ରତ ଆଦି ସମସ୍ୟା ଦୂର ହୋଇଥାଏ । ସଠିକ ଭାବେ ଶରୀରରେ ରକ୍ତ ସଞ୍ଚାଳନ ହୋଇଥାଏ ।

Get real time updates directly on you device, subscribe now.