ଆଇଏଏସ ବିଜୟ କେତନଙ୍କ ଜାମିନ ରାୟ ସଂରକ୍ଷିତ

ଭୁବନେଶ୍ୱର, ୧୩ା୧(ଓଡ଼ିଶା ଭାସ୍କର): ଆଇଏଏସ ବିଜୟ କେତନ ଉପାଧ୍ୟାୟଙ୍କ ଜାମିନ ଆବେଦନ ଶୁଣାଣି ଶେଷ ହୋଇଛି । ଜାମିନ ଆବେଦନର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଲେ ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ ।
ଉଲ୍ଲେଖଯୋଗ୍ୟ ଆଇଏଏସ ବିଜୟ କେତନ ଉପାଧ୍ୟାୟ ୧ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଗିରଫ ହୋଇଥିଲେ । ସେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଜେଲରେ ଅଛନ୍ତି । ଏହାପୂର୍ବରୁ ୧ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗ ପ୍ରସଙ୍ଗରେ ତଥ୍ୟ ଦେଇଥିଲା ଭିଜିଲାନ୍ସ । ବିଜୟଙ୍କ ବ୍ୟାଙ୍କ ଆକାଉଣ୍ଟରୁ ମିଳିଥିଲା ସାଙ୍ଘାତିକ ତଥ୍ୟ । ୨୦୧୨ରୁ ୨୦୧୯ ଭିତରେ ୩ଟି ଖାତାରେ ୭୦ଲକ୍ଷ ଟଙ୍କା ଜମା ହୋଇଥିଲା ।
ଉଭୟ କାଉଣ୍ଟର ଓ କ୍ୟାସ ଜମା ମେସିନ ଜରିଆରେ ଟଙ୍କା ଜମା ହୋଇଥିଲା । ଏହାସହ ସେ ଉଦ୍ୟାନ କୃଷି ବିଭାଗ ନିର୍ଦ୍ଦେଶକ ଥିବା ବେଳେ ଜମା ହୋଇଥିଲା ୨୨ଲକ୍ଷ । ଗୋଟିଏ ଦିନରେ ଏକାଧିକବାର ଆକାଉଣ୍ଟରେ ଟଙ୍କା ଜମା ହୋଇଥିଲା ।