fbpx

IAS ସ୍ତରରେ ଅଦଳବଦଳ: ରାଜ୍ୟର ୨୦ଟି ଜିଲ୍ଲାରେ ନୂଆ ଜିଲ୍ଲାପାଳଙ୍କୁ ଦାୟିତ୍ୱ, ବଦଳିଲେ ୪ ବରିଷ୍ଠ OAS ଅଧିକାରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସର୍ବଭାରତୟ ପ୍ରଶାସନିକ ସେବା (ଆଇଏଏସ) ଅଧିକାରୀ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି । ରାଜ୍ୟର ୨୦ଟି ଜିଲ୍ଲାରେ ନୂଆ ଜିଲ୍ଲାପାଳଙ୍କୁ ଦାୟିତ୍ୱ ଦିଆଯାଇଛି । ସେହିପରି ୪ ଜଣ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀଙ୍କୁ ଅଦଳବଦଳ କରାଯାଇଛି । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି ।

ରାଜସ୍ୱ ପରିଷଦ ସଚିବ ଡ. ବିଜୟ କେତନ ଉପାଧ୍ୟାୟଙ୍କୁ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ଉକ୍ତ ଦାୟିତ୍ୱରେ ଥିବା ଦିଲ୍ଲୀପ ରାଉତରାୟଙ୍କୁ ଭଦ୍ରକ କଲେକ୍ଟର ଭାବେ ଟ୍ରାନ୍ସଫର କରାଯାଇଛି । ସେହିପରି ବାଲେଶ୍ୱର ଜିଲ୍ଲାପାଳ ଆଶିଷ ଠାକରେଙ୍କୁ ରାଜସ୍ୱ ବୋର୍ଡର ସଚିବ ଭାବେ ଦାୟିତ୍ୱ ଦିଆଯାଇଥିବା ବେଳେ ନବରଙ୍ଗପୁର ଜିଲ୍ଲାପାଳ କମଳ ଲୋଚନ ମିଶ୍ରଙ୍କୁ ଓସଡମାର ନିର୍ବାହୀ ନିର୍ଦ୍ଦେଶକ, ଯାଜପୁର ଜିଲ୍ଲାପାଳ ନିଖିଳ ପବନ କଲ୍ୟାଣଙ୍କୁ ମୃତ୍ତିକା ସଂରକ୍ଷଣ ଓ ଜଳଛାୟା ଡିଭିଜନ ନିର୍ଦ୍ଦେଶକ, ସିଏମସି କମିଶନର ବିଜୟ କୁମାର ଦାଶଙ୍କୁ ଗଜପତି ଜିଲ୍ଲାପାଳ, ସ୍ମୃତିରଞ୍ଜନ ପ୍ରଧାନଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।

କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କୁ ବାଲେଶ୍ୱର ଜିଲ୍ଲାପାଳ ଭାବେ ଦାୟିତ୍ୱ ଦିଆଯାଇଛି । ନୟାଗଡ଼ ଜିଲ୍ଲାପାଳ ସ୍ୱାଧା ଦେବ ସିଂହଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ମିଳିଛି । ତାଙ୍କ ସ୍ଥାନରେ ସମ୍ବଲପୁର ଜିଲ୍ଲାପାଳ ଅଧ୍ୟକ୍ଷ ସୁନୀଲ ଅଗ୍ରୱାଲଙ୍କୁ ନୟାଗଡ଼ ଜିଲ୍ଲା ଦାୟିତ୍ୱ ଦିଆଯାଇଛି । ସେହିପରି ରାୟଗଡ଼ା ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କୁ ସୁନ୍ଦରଗଡ଼ ଜିଲ୍ଲାପାଳ ଭାବେ, ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ପାରୁଲ ପଟ୍ଟୱାରୀଙ୍କୁ ରାୟଗଡ଼ାର ନୂଆ ଜିଲ୍ଲାପାଳ ଭାବେ, କନ୍ଧମାଳ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କୁ ମାଲକାନଗିରି ଜିଲ୍ଲାପାଳ ଭାବେ, ମାଲକାନଗିରି ଜିଲ୍ଲାପାଳ ପାୱାର ସଚ୍ଚିନ୍ ପ୍ରକାଶ କଳାହାଣ୍ଡି ଜିଲ୍ଲାପାଳ ଭାବେ, ଢେଙ୍କାନାଳ ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କୁ କନ୍ଧମାଳ ଜିଲ୍ଲାପାଳ ଭାବେ, ଓଏମସିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ କବିନ୍ଦ୍ର କୁମାର ସାହୁଙ୍କୁ ଦେବଗଡ଼ କଲେକ୍ଟର ଭାବେ ଦାୟିତ୍ୱ ଦିଆଯାଇଛି ।

Get real time updates directly on you device, subscribe now.