fbpx
BJD SKY
BJD SKY

IAS ସ୍ତରରେ ଅଦଳବଦଳ: ଶୁଭଙ୍କର ମହାପାତ୍ର ହେଲେ ଗ୍ରାମ୍ୟ ବିକାଶ ନିର୍ଦ୍ଦେଶକ

BJD

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସର୍ବଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ଅଧିକାରୀ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରାଯାଇଛି । ଶ୍ରୀ ଜଗନ୍ନାଥ ମନ୍ଦିରର ମୁଖ୍ୟ ପ୍ରଶାସକ ସହିତ ୱାର୍କସ ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱରେ ଥିବା ସମର୍ଥ ବର୍ମାଙ୍କୁ ୱାର୍କସ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । କଟକ ଜିଲ୍ଲାପାଳ ବିନୀତ ଭରଦ୍ୱାଜଙ୍କୁ ପାନୀୟ ଜଳ ଓ ପରିମଳ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ନିର୍ଦ୍ଦେଶକ ତଥା ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି ।

ସେହିପରି ଜଗତସିଂହପୁର ଜିଲ୍ଲାପାଳ ପାରୁଲ ପଟୱାରୀଙ୍କୁ ଓଡ଼ିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା), ଭୁବନେଶ୍ୱରର ରାଜ୍ୟ ପ୍ରୋଜେକ୍ଟ ଡାଇରେକ୍ଟର ଭାବେ ନିଯୁକ୍ତି ଦିଆଯାଇଛି । ଶୁଭଙ୍କର ମହାପାତ୍ରଙ୍କୁ ଗ୍ରାମ୍ୟ ବିକାଶ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି ।

Get real time updates directly on you device, subscribe now.