fbpx
BJD SKY
BJD SKY

ଜିଏସ୍‌ଟି କମିଶନର ଭାବେ ଦାୟିତ୍ୱ ନେଲେ ସଞ୍ଜୟ ସିଂହ

BJD

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହ ବାଣିଜ୍ୟ କର ତଥା ଜି.ଏସ୍‌.ଟି କମିଶନର ଭାବେ ମଙ୍ଗଳବାର ଅପରାହ୍ନରେ କଟକସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି । ବାଣିଜ୍ୟ କର ଭବନ କାର୍ଯ୍ୟାଳୟରେ ଶ୍ରୀ ସିଂହ ପହଂଚିବା ପରେ ସେଠାରେ ସ୍ୱତନ୍ତ୍ର ଆୟୁକ୍ତ ମାନଭଞ୍ଜନ ଆଚାର୍ଯ୍ୟ ଏବଂ କୁଞ୍ଜ ବିହାରୀ ପଣ୍ଡା, ଅତିରିକ୍ତ ଆୟୁକ୍ତ ବନିତା ଦାସ, ସଦାଶିବ ପଣ୍ଡା, ଦୀପଙ୍କର ସାହୁ ଏବଂ ନିହାର ରଞ୍ଜନ ନାୟକଙ୍କ ସମେତ ଅନ୍ୟାନ୍ୟ ପଦାଧିକାରୀମାନେ ପୁଷ୍ପଗୁଚ୍ଛ ପ୍ରଦାନ କରି ତାଙ୍କୁ ସ୍ୱାଗତ ଜଣାଇଥିଲେ ।

ଶ୍ରୀ ସିଂହ ବିଭାଗୀୟ କାର୍ଯ୍ୟପଦ୍ଧତି ସମ୍ବନ୍ଧରେ ପଚାରି ବୁଝିଥିଲେ । ପରେ ପରେ ଶ୍ରୀ ସିଂହ ଅଧିକାରୀମାନଙ୍କ ସହ ଏକ ବୈଠକରେ ମିଳିତ ହୋଇଥିଲେ । ବାଣିଜ୍ୟକର ତଥା ଦ୍ରବ୍ୟ ଓ ସେବାକର ବିଭାଗୀୟ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ସହ ଏହାର ସୁଫଳ ଯେପରି ଉପଭୋକ୍ତାମାନେ ପାଇପାରବେ ସେ ଦିଗରେ ଯନିବାନ ହେବାକୁ ସେ ପରାମର୍ଶ ଦେଇଥିଲେ । ଦ୍ରବ୍ୟ ଓ ସେବାକର କ୍ଷେତ୍ରରେ ପ୍ରବର୍ତିତ ହେଉଥିବା ସଂସ୍କାର ପ୍ରକ୍ରିୟାକୁ ଦୃଷ୍ଟିରେ ରଖି କାର୍ଯ୍ୟାନ୍ୱୟନ କଲେ ସୁଫଳ ମିଳି ।ରିବ ବୋଲି ସେ ପ୍ରକାଶ କରିଥିଲେ । ବିଭାଗକୁ ଅଧିକ କ୍ରିୟାଶୀଳ କରିବା ଉପରେ ସେ ଗୁରୁତ୍ୱ ଦେଇଥିଲେ ।

ସୂଚନାଯୋଗ୍ୟ ଯେ ଏହି ଅତିରିକ୍ତ ଦାୟିତ୍ୱ ସହ ଶ୍ରୀ ସିଂହ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ, ଭୁବନେଶ୍ୱର ଉନ୍ନୟନ କର୍ତୃପକ୍ଷର ଉପାଧ୍ୟକ୍ଷ ଏବଂ ସ୍ମାର୍ଟ ସିଟିର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ମଧ୍ୟ ଦାୟିତ୍ୱ ନିର୍ବାହ କରୁଛନ୍ତି । ଏଥିସହ ସେ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ସୁଚାରୁ ରୂପେ ନିର୍ବାହ କରୁଛନ୍ତି ।

Get real time updates directly on you device, subscribe now.