fbpx

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ : କେତେ ରହିଛି ଆଜିର ଦାମ

Advertisement

ନୂଆଦିଲ୍ଲୀ : ଭାରତୀୟ ବଜାରରେ ଆଜି ସୁନାର ଦରରେ ସାମାନ୍ୟ ପରିବର୍ତ୍ତନ ଆସିଛି । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଓଡ଼ିଶା ସମେତ ଦେଶର ପ୍ରମୁଖ ସ୍ଥାନ ମାନଙ୍କରେ କେତେ ରହିଛି ଆଜିର ଦର । ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୫୫୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଡ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୫୯,୫୧୦ ଟଙ୍କା ହୋଇଛି ।

ଦେଶର ପ୍ରମୁଖ ସହର ମାନଙ୍କରେ ସୁନାର ଦର ବଢିଛି । ନୂଆଦିଲ୍ଲୀରେ ୨୨ କ୍ୟାରେଟର ମୂଲ୍ୟ ୫୪,୭୦୦ଟଙ୍କା ଥିବା ବେଳେ ୨୪ କ୍ୟାରେଟର ମୂଲ୍ୟ ୫୯,୬୬୦ ଟଙ୍କାକୁ ବୃଦ୍ଧି ପାଇଥିବା ବେଳେ ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୫୫୦ ଟଙ୍କା ଓ ୫୯,୫୧୦ ଟଙ୍କା ଥିବା ରେକର୍ଡ କରାଯାଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ସୁନା ଦର ୨୨ କ୍ୟାରେଟ ଓ ୨୪ କ୍ୟାରେଟ ପ୍ରତି ଯଥାକ୍ରମେ ୫୪,୫୫୦ ଟଙ୍କା ଓ ୫୯,୫୧୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୩,୩୦୦ ଟଙ୍କା ହୋଇଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୯୪୦ ଟଙ୍କା ଥିବା ରେକର୍ଡ ହୋଇଛି ।

Get real time updates directly on you device, subscribe now.