fbpx

୧୬ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ: ଘଡଘଡି ସହ ହୋଇପାରେ ବର୍ଷା

ଭୁବନେଶ୍ୱର: ପୂର୍ବ ଝାଡଖଣ୍ଡ ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏଥି ସହିତ ଘଡଘଡି ହେବା ନେଇ ମଧ୍ୟ ଆକଳନ କରିଛଇ ପାଣିପାଗ ବିଭାଗ ।

ଆସନ୍ତା ଦିନରେ ବର୍ଷା ଏବଂ ଘଡଘଡିକୁ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି । ରାଜ୍ୟର ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାମାନଙ୍କ ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ, ଦେବଗଡ ସମେତ ବାଲେଶ୍ୱର, ଯାଜପୁର, ଭଦ୍ରକ, କୋରାପୁଟ, ମାଲକାନାଗିରି ଇତ୍ୟାଦି ସାମିଲ ରହିଛନ୍ତି । ଅନ୍ୟ ଜିଲ୍ଲାମାନଙ୍କ ମଧ୍ୟରେ ରାୟଗଡା, କନ୍ଧମାଳ, ନବରଙ୍ଗପୁର ଏବଂ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ୱାର୍ଣ୍ଣିଂ ଜାରି କରାଯାଇଥିବା ଏହି ଜିଲ୍ଲାମାନଙ୍କରେ ଆସନ୍ତା ୪-୫ ଦିନ ମଧ୍ୟରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଉପରୋକ୍ତ ଜିଲ୍ଲାଗୁଡିକୁ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ସୂଚନା ଦେଇଛି ।

Get real time updates directly on you device, subscribe now.