fbpx

ଭୂମଧ୍ୟ ସାଗରୀୟ ଜଳବାୟୁ ପରିବର୍ତ୍ତନ ପ୍ରଭାବ: ଆସନ୍ତା ୧୫ ତାରିଖରୁ ରାଜ୍ୟର କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୂମଧ୍ୟ ସାଗରୀୟ ଜଳବାୟୁ ପରିବର୍ତ୍ତନ ପ୍ରଭାବରେ ଆସନ୍ତା ୧୫ ତାରିଖରୁ ରାଜ୍ୟର କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୬ ଏବଂ ୧୭ରେ ଘଡଘଡି ସହ ବର୍ଷା ଓ ପବନ ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

ସୂଚନା ଅନୁଯାୟୀ ଆସନ୍ତା ୧୫ ରୁ ୧୬ ତାରିଖ ମଧ୍ୟରେ କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡା, କୋରାପୁଟ, ରାୟଗଡା, ଗଜପତି ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ସେହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୬ ରୁ ୧୭ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଂଜାମ, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ମୟୁରଭଂଜ, ବାଲେଶ୍ୱର ଜିଲ୍ଲାରେ ଘଡଘଡି ସହ ବର୍ଷା ଓ ଘଂଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ଥିବାରୁ ସେହିସବୁ ଜିଲ୍ଲାଗୁଡ଼ିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.