fbpx
BSKY
BJD SHG SKY
BJD MC SKY

ବଡ଼ ଖବର: ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ ହେବା ନେଇ ନିଷ୍ପତ୍ତି ହୋଇଛି । ଏନେଇ ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏଡେଡ ବେସରକାରୀ ହାଇସ୍କୁଲ, ଉଚ୍ଚପ୍ରାଥମିକ ସ୍କୁଲ, ମଦ୍ରାସା ଶିକ୍ଷକ ପାଇବେ । ଏଡେଡ୍ ବେସରକାରୀ କଲେଜ ଶିକ୍ଷକମାନେ ମଧ୍ୟ ସପ୍ତମ ବେତନ କମିଶନ ପାଇବେ । ଉଭୟ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନୂତନ ବେତନ ପାଇବେ । ନୂତନ ବର୍ଦ୍ଧିତ ବେତନ ୧.୧.୨୦୨୨ ଠାରୁ ଲାଗୁ ହେବ । ଏଥିରୁ ୨୬ ହଜାର ସ୍କୁଲ ଶିକ୍ଷକ ଓ ୧୬,୬୭୪ କଲେଜ ଶିକ୍ଷକ ଉପକୃତ ହେବ । ଏଥିପାଇଁ ରାଜ୍ୟ ସରକାରଙ୍କୁ ୨୯୨ କୋଟି ଟଙ୍କା ଅତିରିକ୍ତ ବ୍ୟୟ କରିବାକୁ ପଡ଼ିବ । କ୍ୟାବିନେଟ ନିଷ୍ପତ୍ତି ନେଇ ମୁଖ୍ୟ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି ।

ତେବେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ୯ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଏଥିରେ ୫ ମହାନଗରରେ ଥିବା ବସ୍ତିବାସିନ୍ଦାଙ୍କ ପାଇଁ ହୋଇଛି ବଡ଼ ଘୋଷଣା । ୫ ମହାନଗର ନିଗମ ପାଇଁ ଜାଗା ମିଶନକୁ କ୍ୟାବିନେଟ୍ ମଞ୍ଜୁରି ମିଳିଛି । ବସ୍ତି ବାସିନ୍ଦାଙ୍କୁ ଜାଗା ଯୋଗାଇବେ ରାଜ୍ୟ ସରକାର । ୯୩୮ଟି ବସ୍ତିର ୧ ଲକ୍ଷ ୯୦ ହଜାର ପରିବାର ଏଥିରେ ଉପକୃତ ହେବ । ଏହି ନିଷ୍ପତ୍ତି ନେଇ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.