fbpx

ମିଶନ ଶକ୍ତି ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ମିଳିବ ୫୦ ହଜାର କୋଟିର ଋଣ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଜି ରାଜ୍ୟ କ୍ୟାବିନେଟ ବୈଠକରେ ୩୨ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବିଭିନ୍ନ ବିଭାଗ ପାଇଁ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଜଳସମ୍ପଦ, ଦକ୍ଷତା ବିକାଶ, କୃଷି, ଅର୍ଥ, ସାଧାରଣ ପ୍ରଶାସନ, ଉଚ୍ଚଶିକ୍ଷା, ପଞ୍ଚାୟତିରାଜ, ସ୍କୁଲ ଓ ଗଣଶିକ୍ଷା ଆଦି ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ।

ତେବେ ଆଜିର ବୈଠକରେ ମିଶନ ଶକ୍ତି ପାଇଁ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି । ମିଶନ ଶକ୍ତି ମହିଳାଙ୍କ ପାଇଁ ୫ ବର୍ଷରେ ୪୯୭୩ କୋଟି ଟଙ୍କା ଖର୍ଚ୍ଚ ହେବ । ଏଥିସହିତ ମିଶନ ଶକ୍ତି ମହିଳା ଗୋଷ୍ଠୀକୁ ୫୦ ହଜାର କୋଟିର ବ୍ୟାଙ୍କ ଋଣ ମିଳିବ । ମିଶନ ଶକ୍ତି ଦ୍ୱାରା ପ୍ରସ୍ତୁତ ସମସ୍ତ ସାମଗ୍ରୀକୁ ବିକ୍ରି କରିବା ପାଇଁ ୫ ଶହଟି ମାର୍କେଟ ସୃଷ୍ଟି କରାଯିବ । ଏ ବିଷୟରେ ସବିଶେଷ ବିବରଣୀ ପ୍ରଦାନ କରିଥିଲେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ।

ସେହିପରି ଡ୍ରିମ୍ସକୁ ବିଶ୍ୱବିଦ୍ୟାଳୟରେ ରୂପାନ୍ତରିତ ପାଇଁ ଆଇନ୍ ପ୍ରଣୟନ ପାଇଁ ପ୍ରସ୍ତାବ ଦିଆଯାଇଛି । ଅନୁଗୁଳଠରେ ଥିବା ମେଗା ଆଲୁମିନିୟମ ପାର୍କ ପାଇଁ ବ୍ୟୟ ବରାଦ କରାଯାଇଛି । ଏହି ପାର୍କ ବିକାଶ କାର୍ଯ୍ୟ ଇଡକୋ ମାଧ୍ୟମରେ କରାଯିବ । ରାଜ୍ୟରେ ଶିଳ୍ପର ଉନ୍ନତିକୁ ନଜରରେ ରଖି ରାଜ୍ୟ ସରକାର ଏହି ପାର୍କ ପାଇଁ ବିକଶିତ ଜମି ଓ ଅର୍ଥ ଯୋଗାଇ ଦେବେ । ଏହା ଆଲୁମିନିୟମ ବ୍ୟବସାୟୀଙ୍କୁ ଆକର୍ଷିତ କରିପାରିବ ।

Get real time updates directly on you device, subscribe now.