ଧାନ କିଣା ପାଇଁ ଲୋକସେବା ଭବନରେ ବସିଲା ଗୁରୁତ୍ବପୁର୍ଣ ବୈଠକ

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ଧାନ କିଣା ପାଇଁ ଲୋକସେବା ଭବନରେ ବସିଲା ଗୁରୁତ୍ବପୁର୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ୩୦ ଜିଲ୍ଲାରେ ଜିଲ୍ଲାପାଳଙ୍କ ସହ ଧାନ ସଂଗ୍ରହରେ ନିୟୋଜିତ ହେବାକୁ ଥିବା ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ଥିଲେ । ପଡୋଶୀ ରାଜ୍ୟର ଚାଷୀ ଓଡ଼ିଶାକୁ ଆସି କେମିତି ଧାନ ବିକ୍ରି ନକରିବେ ସେ ନେଇ ଧ୍ୟାନ ଦେଉଛନ୍ତି ରାଜ୍ୟ ସରକାର । ସୀମା ସିଲ କରାଯାଇ ଅନ୍ୟ ରାଜ୍ୟର ଚାଷୀ କେମିତି ଓଡ଼ିଶାକୁ ନଆସିବେ ସେଥିପାଇଁ ଯୋଜନା କରୁଛନ୍ତି ସରକାର ।

ଧାନ ମଣ୍ଡି ଆଧୁନିକୀକରଣ କରିବା ପାଇଁ ସମବାୟ, କୃଷି ଓ ଯୋଜନା ବିଭାଗକୁ ଦିଆଯାଇଛି ନିର୍ଦ୍ଦେଶ । ବର୍ଷାରେ ଓଦା ହୋଇ ଧାନ ନଷ୍ଟ ନହେବା ପାଇଁ ମଣ୍ଡିରେ ବ୍ୟବସ୍ଥା କରାଯିବ । ମଣ୍ଡିରେ ଚାଷୀଙ୍କୁ ଆନୁଷଙ୍ଗିକ ସୁବିଧା ଯୋଗାଇ ଦିଆଯିବ । ଧାନ ଓଜନ ପାଇଁ ଆଧୁନିକ ମେସିନ ବ୍ୟବସ୍ଥା କରାଯାଇଛି । କଟନୀ ଛଟନୀ ରୋକିବା ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ଧାନ ମାନ ନିର୍ଦ୍ଧାରଣ ଏବଂ ଧାନରୁ ଅଗାଡି ଅଲଗା କରିବା ପାଇଁ ଆନାଲାଇଜର ମେସିନ ମଣ୍ଡିରେ ଲଗାଯାଇଛି ।

ଆଗରୁ ଦୁଇଥର ଧାନର କ୍ୱାଲିଟି ଟେଷ୍ଟ । ଏଥର ଥରେ ହିଁ ଧାନର ମାନ ଯାଞ୍ଚ କରାଯିବ । ଯାହାଦ୍ବାରା କଟନୀ ଛଟନୀ ହେବ ନାହିଁ । ଗତ ବର୍ଷ ୫୮ ଲକ୍ଷ କ୍ୱିଣ୍ଟାଲ ଧାନ କିଣିଥିଲେ । ଏଥର ୮୦ ଲକ୍ଷ କ୍ୱିଣ୍ଟାଲ ଧାନ କିଣିବା ପାଇଁ ଟାର୍ଗେଟ ରଖିଛନ୍ତି ସରକାର । ପ୍ରତି ମଣ୍ଡିରେ ରହିବେ ଜଣେ ଲେଖାଏଁ ପ୍ରାଧିକୃତ ଅଧିକାରୀ । ଏକାଧିକ ଧାନ ମଣ୍ଡିକୁ ନେଇ ଜୋନ ତିଆରି ହେବ ।

ପ୍ରତି ଜୋନରେ ଜଣେ ଲେଖାଏଁ ସୁପରଭାଇଜର୍ ଅଧିକାରୀ ରହିବେ । ଯୋଗାଣ, ସମବାୟ, ପୋଲିସ ପ୍ରଶାସନ ଓ ଜିଲ୍ଳା ପ୍ରଶାସନର ଅଧିକାରୀ ମାନେ ଦାୟିତ୍ୱରେ ରହିବେ । ଆବଶ୍ୟକ ପଡିଲେ ପଞ୍ଚାୟତିରାଜ ବିଭାଗର ଅଧିକାରୀ ମାନଙ୍କୁ ମଧ୍ୟ ନିୟୋଜିତ କରାଯିବ । ଟୋକନ ବିଷୟରେ ସମସ୍ତ ନିଷ୍ପତି ଜିଲ୍ଲାପାଳ ନେଇ ପାରିବେ । ପ୍ରତି ମନ୍ତ୍ରୀ ମାନଙ୍କୁ ଦୁଇରୁ ତିନୋଟି ଜିଲ୍ଲାର ଦାୟିତ୍ୱରେ ରହିବେ ।

Get real time updates directly on you device, subscribe now.