fbpx

ଓଡ଼ିଶା ପୋଲିସର ଗୁରୁତ୍ୱପୂର୍ଣ୍ଣ ବୈଠକ, ନିର୍ବାଚନ ପ୍ରସ୍ତୁତି ନେଇ ଆଲୋଚନା

ଓଡ଼ିଶା ଭାସ୍କର: ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ଡିଜି କ୍ୟାମ୍ପ ଅଫିସରେ ଓଡ଼ିଶା ପୋଲିସର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, ଗୁଇନ୍ଦା ଆଇଜି ଅନୁପ ସାହୁ, ସ୍ପେଶାଲ ଇଣ୍ଟେଲିଜେନ୍ସ ୱିଙ୍ଗର ଡିଆଇଜି ଉମା ଶଙ୍କର ଦାଶଙ୍କ ସମେତ SIW ଡିଆଇଜି ଏବଂ ବହୁ ବରିଷ୍ଠ ଆଇପିଏସ୍ ଅଧିକାରୀ ଉପସ୍ଥିତ ଥିଲେ । ଏହା ସହ ଭିଡିଓ କନଫରେନ୍ସିଂରେ ସବୁ ଜିଲ୍ଲା ଏସ୍ପି ମଧ୍ୟ ଏହି ବୈଠକରେ ଯୋଡି ହୋଇଛନ୍ତି । ନିର୍ବାଚନ ପ୍ରସ୍ତୁତି ନେଇ ବୈଠକରେ ଆଲୋଚନା କରାଯାଇଥିଲା ।

Get real time updates directly on you device, subscribe now.