fbpx

ଜଳୁଛି ରାଜଧାନୀ! ସକାଳ ସାଢେ ୫ଟା ସୁଦ୍ଧା ୩୦ ଡିଗ୍ରୀ ପାର କଲା ଭୁବନେଶ୍ୱରର ତାପମାତ୍ରା

ଭୁବନେଶ୍ୱର: ଖରାରୁ କିଛି ଦିନ ଆଶ୍ୱସ୍ତି ପରେ ରାଜ୍ୟରେ ପୁଣି ତାପମାତ୍ରା ବଢିଛି । ଏ ନେଇ ଆଜି ସକାଳୁ ସକାଳୁ ରାଜଧାନୀରେ ତାତି ଅନୁଭୁତ ହୋଇଛି । ସକାଳ ୫ଟା ୩୦ ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୩୧ ଡିଗ୍ରୀ ରହିଛି । ସେହିଭଳି ରାଜଧାନୀର ଆର୍ଦ୍ରତା ୮୧ ପ୍ରତିଶତ ରେକର୍ଡ କରାଯାଇଛି । ଅନ୍ୟପକ୍ଷେ ୨ ଦିନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଗତକାଲି ଅସହ୍ୟ ଖରା ଓ ଗୁଳୁଗୁଳିକୁ ନେଇ ରାଜ୍ୟବାସୀଙ୍କୁ ସତର୍କ କରାଇଥିଲେ ଏସଆରସି । ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ସମ୍ଭାବନା ପାଇଁ ସମସ୍ତ ଡାକ୍ତରଖାନାକୁ ମଧ୍ୟ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀଙ୍କୁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି। ଏଥିସହ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଝାରସୁଗୁଡା, ସମ୍ବଲପୁର ଓ ସୋନପୁରକୁ ଚେତାବନୀ ଜାରି କଲା ପାଣିପାଗ ବିଭାଗ । ବୌଦ୍ଧ, କନ୍ଧମାଳ ଓ ବଲାଙ୍ଗୀରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.