fbpx
BJD SKY
BJD SKY

କାଳ ସାଜିଲା କରୋନା! ୨୪ ଘଣ୍ଟାରେ ଚାଲିଗଲା ୩୬୪୫ ଜୀବନ, ୩. ୭୯ ଲକ୍ଷ ପଜିଟିଭ୍

BJD

ନୂଆଦିଲ୍ଲୀ, ୨୯ା୪ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ନିୟମିତ ଭାବେ ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୬୪୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୦୪ ହଜାର ୮୩୨କୁ ବୃଦ୍ଧି ପାଇଛି । ଦିନକରେ ୩ ଲକ୍ଷ ୭୯ ହଜାର ୨୫୭ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮୩ ଲକ୍ଷ ୭୬ ହଜାର ୫୨୪କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ଲକ୍ଷ ୮୪ ହଜାର ୮୧୪ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୮୦ ଲକ୍ଷ ୮୬ ହଜାର ୮୭୮ରେ ପହଞ୍ଚିଛି । ୧୫ କୋଟି ୨୦ ହଜାର ୬୪୮ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.