fbpx

ଖୋର୍ଦ୍ଧା ଜିଲ୍ଲାରେ ୨ ଦିନ ପାଇଁ ସବୁ ଶିକ୍ଷାନୁଷ୍ଠାନ ବନ୍ଦ, ଜାଣନ୍ତୁ କାରଣ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଖୋର୍ଦ୍ଧା ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ୨ ଦିନ ପାଇଁ ଛୁଟି ରହିବ । ପୌର ନିର୍ବାଚନ ପାଇଁ ଆଜି ଓ ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ୨ ଦିନ ଶିକ୍ଷାନୁଷ୍ଠାନ ବନ୍ଦ ନେଇ ଖୋର୍ଦ୍ଧା ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ତେବେ ପୌର ନିର୍ବାଚନ ପାଇଁ ପ୍ରଚାର ଶେଷ ହୋଇଛି । ଆସନ୍ତା ଗୁରୁବାର ଦିନ ଭୋଟଗ୍ରହଣ ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ତେବେ ପ୍ରଥମଥର ପାଇଁ ସିଧାସଳଖ ମେୟର ଓ ଅଧ୍ୟକ୍ଷ ନିର୍ବାଚନ ହେବ । ଆସନ୍ତା ଗୁରୁବାର ଦିନ କଟକ,ଭୁବନେଶ୍ୱର ଓ ବ୍ରହ୍ମପୁର ମହାନଗର ନିଗମ ସମେତ ୪୭ଟି ପୌର ପରିଷଦ ଓ ୫୯ଟି ବିଜ୍ଞାପିତ ପରିଷଦ ଅଂଚଳର ମୋଟ ୪୩୭୩ଟି ବୁଥରେ ୪୦.୫୫ଲକ୍ଷ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ । ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ହେବ ।

Get real time updates directly on you device, subscribe now.