fbpx

ରାଜ୍ୟରେ ଆଜି ୯ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୧୪କୁ ବୃଦ୍ଧି

ଭୁବନେଶ୍ୱର, ୧୩ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୯୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ଜୀବନ ନେଇଛି କରୋନା । ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩, ମୟୁରଭଞ୍ଜରୁ ୨, କଟକରୁ ୨, କନ୍ଧମାଳ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୩୧୪କୁ ବୃଦ୍ଧି ପାଇଛି । ରେକର୍ଡ଼ ଅନୁସାରେ ଗତ ୧୩ ଦିନରେ ୧୩୭ ଜୀବନ ନେଲାଣି କରୋନା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.