fbpx

ଚିନ୍ତା ବଢ଼ାଉଛି ସ୍କ୍ରବ ଟାଇଫସ୍‌ : ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯ ନୂଆ ରୋଗୀ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୩୦୧କୁ ବୃଦ୍ଧି

ସୁନ୍ଦରଗଡ଼ : ରାଜ୍ୟରେ ସ୍କ୍ରବ ଟାଇଫସ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ସୁନ୍ଦରଗଡ଼ ଜିଲ୍ଲାରେ ଏହାର ପରିମାଣ ଅଧିକ ଦେଖିବାକୁ ମିଳିଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯ ଜଣ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ପରି ଭାବରେ ଟାଇଫସ ରୋଗର ପଜିଟିଭ ସଂଖ୍ୟା ୩୦୧ରେ ପହଞ୍ଚିଛି । ସୁନ୍ଦରଗଡ଼ରେ ପୁଣି ୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ହୋଇଥିବା ୩୪ ନମୁନା ପରୀକ୍ଷାରୁ ୯ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି ।

ଗତକାଲି ସୁନ୍ଦରଗଡ଼ରେ ୩ ଜଣ ରୋଗୀ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିଲା । ବରଗଡ଼ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି । ମୃତ ବ୍ୟକ୍ତି ଜଣକ ସୋହେଲା ଅଞ୍ଚଳର ଥିବାବେଳେ ତାଙ୍କ ବୟସ ୪୮ । ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କର ମୃତ୍ୟୁ ହୋଇଛି ବୋଲି ବରଗଡ଼ ଜିଲ୍ଲାର ଜନସ୍ୱାସ୍ଥ୍ୟ ଅଧିକାରୀ ସାଧୁ ଚରଣ ଦାଶ ସୂଚନା ଦେଇଥିଲେ ।

ତେବେ ଏହି ରୋଗରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ କେତେ ଜଣ ଗୁରୁତର ଅଛନ୍ତି । ସ୍ୱାସ୍ଥ୍ୟ ବିଭାଗ ଏନେଇ ସଚେତନ ରହି ଦୃଢ ଭାବରେ ଲଢିବାପାଇଁ ପରାମର୍ଶ ଦେଇଛନ୍ତି ।ସୂଚନାଯୋଗ୍ୟ ଯେ, ଏହି ରୋଗ କେବଳ ସୁନ୍ଦରଗଡ଼ ନୁହେଁ ବଲାଙ୍ଗିର ଏବଂ ବରଗଡ଼ରେ ମଧ୍ୟ ଆତଙ୍କ ଖେଳାଉଛି । ପଶ୍ଚିମ ଓଡିଶା ପରେ ଦକ୍ଷିଣ ଓଡିଶାର କୋରାପୁଟ ଜିଲ୍ଲାରେ ସ୍କ୍ରବ୍ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି ।

Get real time updates directly on you device, subscribe now.