fbpx

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗର ପବନ ସହ ବର୍ଷା ସମ୍ଭାବନା; ୧୩ ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମା-ଝଡ଼ ପ୍ରଭାବରେ ଆଜି ଏବଂ ଆସନ୍ତା କଲି ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ଝଡ଼ ପବନ ସମ୍ଭାବନା ରହିଛି। ଭୂମଧ୍ୟ ସାଗରୀୟ ଜଳବାୟୁ ପରିବର୍ତ୍ତନ ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟର କେତେକ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛ। ଏହାର ପ୍ରଭାବରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବିଜୁିଳ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲ୍ଲୋ ଆଲର୍ଟ ଜାରି କରାଯାଇଛି। ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ସତର୍କ ରହିବାକୁ କୁହାଯାଇଛି।

ସେହିପରି ଆସନ୍ତା ୨୯ ରାତ୍ରିରୁ ଏକ ସଦ୍ୟତମ ପଶ୍ଚିମା-ଝଡ଼ ଦେଶର ଉତ୍ତର-ପଶ୍ଚିମ ଭାଗକୁ ପ୍ରଭାବିତ କରିବ। ୨୯ମାର୍ଚ୍ଚ ର ସମ୍ଭାବ୍ୟ ପଶ୍ଚିମାଝଡ଼ ପ୍ରଭାବରେ ଚେତାବନୀ ଜାରି କରାଯାଇଛି। ଏହାର ପ୍ରଭାବରେ ୩୧ମାର୍ଚ୍ଚଠୁ ବିଜୁଳି ଘଡଘଡି ଏବଂ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ବର୍ତ୍ତମାନର ପଶ୍ଚିମାଝଡ଼ ପ୍ରଭାବରେ ଜାରି ହୋଇଥିବା ଚେତାବନୀ ଅନୁଯାୟୀ ୨୭ମାର୍ଚ୍ଚରେ ବିଜୁଳି ଘଡଘଡି ଝଡ-ପବନ ଘଣ୍ଟା ପ୍ରତି ୪୦ ରୁ ୫୦ କିମି, ୨୮ମାର୍ଚ୍ଚରେ ବିଜୁଳି ଘଡଘଡି ଝଡ-ପବନ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିପାରେ।

Get real time updates directly on you device, subscribe now.