fbpx

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ୧୩ ଜିଲ୍ଲାକୁ ଘଡ଼ଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର; ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ୧୩ ଜିଲ୍ଲାକୁ ଘଡ଼ଘଡି ସହ ବର୍ଷା ସମ୍ଭାବନା ରହିଛି । ଏନେଇ ବର୍ତମାନ ଏକ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା (ଅର୍ଥାତ୍‌ ୨୮ ସେପ୍ଟେମ୍ବର, ଗୁରୁବାର) ଅପରାହ୍ନ ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ତେବେ ଅନୁଗୁଳ, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନୂଆପଡ଼ା କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼ ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ଯାହାକୁ ନେଇ ଏହି ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଖରାଟିଆ ରହିଛି । ତେବେ, ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକା ଧରଣର କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏପରିସ୍ଥିତି ଭିତରେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ଲୋକମାନଙ୍କୁ ସୁରକ୍ଷିତ ଆଶ୍ରୟ ନେବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Get real time updates directly on you device, subscribe now.