fbpx

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଏହି ଜିଲ୍ଲାରେ ହେବ ବର୍ଷା ! ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା

Advertisement

ଭୁବନେଶ୍ୱର: ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ସମ୍ପୂର୍ଣ୍ଣ ଭାବେ ବିଦାୟ ନେଇଛି । ତେବେ କେତେକ ସ୍ଥାନରେ ହାଲୁକା ଶୀତ ଅନୁଭୂତ ହେଉଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଗତକାଲି ଫୁଲବାଣୀଠାରେ ରାତିର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ୍‍ ରେକର୍ଡ କରାଯାଇଛି । ଆସନ୍ତା ୫ ଦିନ ମଧ୍ୟରେ ତାପମାତ୍ରା ଆହୁରି ହ୍ରାସ ପାଇବାର ସମ୍ଭାବନା ରହିଛି । ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ଥଣ୍ଡା ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

ଅନ୍ୟପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କେତେକ ଅଞ୍ଚଳରେ ସ୍ୱଳ୍ପ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.